ନୂଆପଡାରେ ପ୍ରଚାରବେଳେ ନବୀନଙ୍କୁ ଏ କ’ଣ କହିଦେଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ଶୁଣିଲେ…

ନୂଆପଡା, ୬।୧୧: ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଆଜି ନୂଆପଡାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ପ୍ରଚାର କରିଛନ୍ତି। ନୂଆପଡ଼ା ପଞ୍ଚମପୁରରେ ଜୟଙ୍କ ପାଇଁ ଭୋଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଚାର ସମୟରେ ବିଜେଡି ଓ କଂଗ୍ରେସକୁ ବିଷ୍ଣୁଦେବ ସାଏ କଡ଼ା ସମାଲୋଚନା କରିଛନ୍ତି। ବିଷ୍ଣୁଦେବ କହିଛନ୍ତି, କଂଗ୍ରେସ ୫୦ ବର୍ଷ ଓ ବିଜେଡି ୨୪ ବର୍ଷ ଶାସନ କରିଛି। ଆପଣମାନେ ଉଭୟ ଦଳର ଶାସନ ବ୍ୟବସ୍ଥା ଦେଖିଲେ। ବର୍ତ୍ତମାନର ଭାଜପା ସରକାରଙ୍କୁ ମଧ୍ୟ ଦେଖୁଛନ୍ତି। ଆମ ଦଳ ହେଉଛି ବିଶ୍ବର ସବୁଠାରୁ ବଡ଼ ରାଜନୈତିକ ଦଳ। ୨୪ ବର୍ଷ ଶାସନରେ ନବୀନ ବାବୁ ଓଡ଼ିଆ ଶିଖିପାରିଲେନି। କଂଗ୍ରେସ ପରିବାରବାଦକୁ ଛାଡ଼ି ପାରିନି, ମାତ୍ର ଭାଜପାରେ ଏହି ପରମ୍ପରା ନାହିଁ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଗୁରୁବାର ଉପନିର୍ବାଚନ ପ୍ରଚାର ପାଇଁ ନୂଆପଡା ଗସ୍ତରେ ଯାଇଛନ୍ତି। ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରଖି ଭାଜପା ପ୍ରାର୍ଥୀଙ୍କ ସପକ୍ଷରେ ଜନମତ ନେବାକୁ ଦଳ ଚିନ୍ତା କରିଛି। ନୂଆପଡା ନିର୍ବାଚନମଣ୍ଡଳୀ ଛତିଶଗଡ଼ ରାଜ୍ୟର ସୀମାନ୍ତବର୍ତ୍ତୀ ଅଞ୍ଚଳ ଅଟେ। ଏହି ଅଞ୍ଚଳର ଅଧିକାଂଶ ଲୋକ ଛତିଶଗଡ ଉପରେ ନିର୍ଭରଶୀଳ ଅଟନ୍ତି। ତେଣୁ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଦ୍ୱାରା ନୂଆପଡା ଭୋଟରଙ୍କ ଉପରେ ପ୍ରଭାବ ପଡିବ ବୋଲି କୁହାଯାଉଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri