ବୈଷ୍ଣୋଦେବୀଙ୍କୁ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ନୂଆପଡ଼ା/କୋମନା,୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଇ ତାଙ୍କ ପରିବାର ସହ ଗୁରୁବାର ନୂଆପଡ଼ା ଜିଲା କୋମନାସ୍ଥିତ ମନ୍ଦିରରେ ମାତା ବୈଷ୍ଣୋଦେବୀଙ୍କୁ ଦର୍ଶନ କରିଛନ୍ତି। ସୂଚନା ମୁତାବକ ମଧ୍ୟାହ୍ନ ସମୟରେ ଛତିଶଗଡରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ସାଇ ଆସି କ୍ରିଷ୍ଣା ପବ୍ଲିକ ସ୍କୁଲ ପଡିଆରେ ଅବତରଣ କରିଥିଲେ।

ସେଠାରୁ ସଡ଼କ ପଥରେ ଯାଇ ସେ କୋମନାଠାରେ ପହଞ୍ଚି ଥିଲେ। କୋମନା ନିବାସୀ ସଦନ ତିୱାରୀଙ୍କ ବୈଷ୍ଣୋଦେବୀ ମନ୍ଦିରରେ ନବରାତ୍ର ଚାଲିଥିବାରୁ ସେଥିରେ ସେ ସପରିବାର ଯୋଗଦେଇ ଦେବୀଙ୍କ ଦର୍ଶନ କରିବା ସହ ମନ୍ଦିରରେ ପୂଜାର୍ଚ୍ଚନା କରି ଆଶୀର୍ବାଦ ଭିକ୍ଷା କରିଥିଲେ।

ଏଥିରେ ତାଙ୍କ ଧର୍ମପତ୍ନୀ କୌଶଲ୍ୟା ସାଏ, ଉତ୍ତର ବିଧାୟକ ପୁରନ୍ଦର ମିଶ୍ର ମା’ଙ୍କ ଦର୍ଶନ କରିଥିଲେ। ଏହି ସମୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସ, ନୂଆପଡ଼ା ଆରକ୍ଷୀ ଅଧୀକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ କଳାହାଣ୍ଡି ପୂର୍ବତନ ଏମ୍‌ପି ବସନ୍ତ କୁମାର ପଣ୍ଡା, ଖରିଆର ରୋଡ ନଗର ଅଧ୍ୟକ୍ଷା ସୋନିଆ ଜୈନ, ଭାଜପା ଜିଲା ସଭାପତି କମଲେଶ ଦୀକ୍ଷିତ, ଅଭିନନ୍ଦନ ପଣ୍ଡା ଓ ଶତାଧିକ ଭାଜପା କର୍ମକର୍ତ୍ତା ସାମିଲ ଥିଲେ। କିଛିମାସ ପୂର୍ବେ ତାଙ୍କ ଧର୍ମପତ୍ନୀ ଏଠାକୁ ଆସି ମା’ଙ୍କ ଦର୍ଶନ କରିଥିଲେ। ବର୍ତ୍ତମାନ ଚୈତ୍ର ନବରାତ୍ର ଚାଲିଥିବାରୁ ସପରିବାର ଆସି ଦେବୀଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ପଡ଼ୋଶୀ ରାଜ୍ୟ ହୋଇଥିବାରୁ ଓଡ଼ିଶା ସହ ଆମର ସବୁବେଳେ ସୁସମ୍ପର୍କ ରହିଛି ବୋଲି ମୁଖ୍ୟମନ୍ତ୍ରୀ ସାଇ କହିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri