ବରଗଡ଼ ଆସୁଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ବରଗଡ଼ ଗସ୍ତରେ ଆସୁଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟା ୪୫ମିନିଟରେ ସେ ଛତିଶଗଡ଼ ରାଜ୍ୟ ରାୟପୁର ପୋଲିସ୍ ଗ୍ରାଉଣ୍ଡସ୍ଥିତ ହେଲିପ୍ୟାଡରୁ ହେଲିକ୍ୟାପ୍ଟର ଯୋଗେ ବରଗଡ଼ ଅଭିମୁଖେ ବାହାରିବେ। ଅପରାହ୍ନ ୧୨ଟା ୫୫ମିନିଟରେ ମୁଖ୍ୟମନ୍ତ୍ରୀ ସାଏ ବରଗଡ଼ ବ୍ଲକ ବଗେଇବିରା ଗ୍ରାମର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବେ। ସେଠାରୁ କାର୍ ଯୋଗେ ବରଗଡ଼ ବ୍ଲକ ତୁରୁଙ୍ଗା ବୈଷ୍ଣୋଦେବୀ ମନ୍ଦିରକୁ ଆସିବେ। ଅପରାହ୍ନ ୧ଟାରେ ଉକ୍ତ ମନ୍ଦିରକୁ ପହଞ୍ଚି ମାଁ ବୈଷ୍ଣୋଦେବୀଙ୍କୁ ସେ ଦର୍ଶନ କରିବା ସହିତ ଅପରାହ୍ନ ୧ଟା ୩୦ମିନିଟ୍ ପର୍ଯ୍ୟନ୍ତ ଦେବୀଙ୍କ ପୂଜାର୍ଚ୍ଚନା କରିବେ। ଏହାପରେ ଅଧଘଣ୍ଟା ରହଣି କରି ଅପରାହ୍ନ ୨ଟାରେ କାର୍ ଯୋଗେ ବଗେଇବିରାର ଅସ୍ଥାୟୀ ହେଲିପ୍ୟାଡକୁ ସେ ଯିବେ ଏବଂ ଅପରାହ୍ନ ୨ଟା ୫ମିନିଟରେ ସେଠାରୁ ହେଲିକ୍ୟାପ୍ଟର ଯୋଗେ ପୁଣି ଛତିଶଗଡ଼ ଫେରିଯିବା କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri