Posted inଜାତୀୟ

ଗୁଣ୍ଡାମାନେ ଗେରୁଆ ବସ୍ତ୍ର ପିନ୍ଧିଲେ ତାଙ୍କୁ ସଂନ୍ଥ କୁହାଯିବନି: ଭୁପେଶ ବଘେଲ

ରାୟପୁର,୨୮ ।୧୨: ଛତିଶଗଡ଼ର ରାଜଧାନୀ ରାୟପୁରରେ ନିକଟରେ କରାଯାଇଥିବା ଧର୍ମ ସଂସଦରେ ଧର୍ମଗୁରୁ କାଳିଚରଣ ମହାରାଜ ମହାତ୍ମା ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ବୟାନ ଦେଇଥିଲେ । ଏହାସହ ଗାନ୍ଧିଜୀଙ୍କ ହତ୍ୟାକାରୀ ନାଥୁରାମ ଗଡେସେଙ୍କର ପ୍ରଶଂସା କରିଥିଲେ । ଏହାକୁ ନେଇ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ କହିଛନ୍ତି, ଏହି ଘଟଣା ପରେ ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଏକ ଏଫ୍‌ଆଇଆର୍ ଦିଆଯାଇଛି । ଦୋଷୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବଘେଲ ଏକ ସ୍ୱତନ୍ତ୍ର ସାକ୍ଷାତ୍‌କାରରେ କହିଛନ୍ତି । ବଘେଲ କହିଛନ୍ତି ଗୁଣ୍ଡାମାନେ ଗେରୁଆ ବସ୍ତ୍ର ପିନ୍ଧିଦେଲେ ସଂନ୍ଥ ହୋଇଯିବେନି । ଏହାସହ ସେ ଏଥିପାଇଁ କାର୍ଯ୍ୟକ୍ରମର ଅୟୋଜକଙ୍କୁ ବି ଆଲୋଚନା ମଧ୍ୟକୁ ଆଣିଛନ୍ତି । ସେ କହିଛନ୍ତି ଆୟୋଜକ ଏମିତି ଲୋକଙ୍କୁ କାର୍ଯ୍ୟକ୍ରମକୁ ଡାକିବା ଉଚିତ ଯେଉଁମାନଙ୍କ ଦ୍ୱାରା ସମାଜର କିଛି ମଙ୍ଗଳ ହେବ । ଏଥିପାଇଁ ସେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବି ଆକ୍ଷେପ କରି କହିଛନ୍ତି । ବଘେଲ କହିଛନ୍ତି ରାଜ୍ୟରେ ସର୍ବଦା ଭାଜପା ଦ୍ୱାରା ସାଂପ୍ରଦାୟିକ ଭାବନା ଉସକାଇବାକୁ ଚେଷ୍ଟା କରାଯାଉଛି । ହେଲେ ଏହା ସମ୍ଭବ ହୋଇ ପାରୁ ନାହିଁ । ଭାଜପା ଏଠାରେ ୧୫ଟି ନିର୍ବାଚନରେ ଲଢିଥିବା ବେଳେ ୧୪ଟିରେ ଶୋଚନୀୟ ଭାବେ ହାରିଛି । ଜନତା ଏହାର ଜବାବ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri