ବୈଷ୍ଣୋଦେବୀ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ମାଧୋ ସିଂହଙ୍କ ପ୍ରତିଛବି ପ୍ରଦାନ କରି ଏମିତି ଦାବି କଲେ…

ବରଗଡ,୨୭।୧୧(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ସସ୍ତ୍ରୀକ ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗାସ୍ଥିତ ମାଁ ବୈଷ୍ଣୋଦେବୀ ମନ୍ଦିରକୁ ଆସିଥିଲେ। ସେ ତାଙ୍କ ଏହି ଗସ୍ତରେ ବୈଷ୍ଣୋଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଥିଲେ। ମୁଖ୍ୟମନ୍ତ୍ରୀ ସାଏଙ୍କୁ ମନ୍ଦିର କମିଟି ଏବଂ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସ୍ବାଗତ କରାଯିବା ସହିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ବରଗଡ଼ ଜିଲା ଘେଁସ ମାଟିରେ ଶହୀଦ ମାଧୋ ସିଂହଙ୍କ ସ୍ମୃତି ରକ୍ଷା ପାଇଁ ତାଙ୍କ ପ୍ରମୁଖ ରଣସ୍ଥଳୀ ଛତିଶଗଡ଼- ଓଡ଼ିଶା ସୀମାନ୍ତରେ ଥିବା ସିଂଘୋଡ଼ା ଘାଟିରେ ସ୍ମୃତି ତୋରଣ, ସ୍ତମ୍ଭ କିମ୍ବା ସ୍ମାରକୀ ନିର୍ମାଣ କରିବା ପାଇଁ କୋଶଲ ଟାଇମର ସମ୍ପାଦକ ସଞ୍ଜୀବ କୁମାର ମହାପାତ୍ର ମୁଖ୍ୟମନ୍ତ୍ରୀ ସାଏଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କୁ ସେ ମାଧୋ ସିଂହଙ୍କ ଏକ ପ୍ରତିଛବି ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଉତ୍ତର ରାୟପୁର ବିଧାୟକ ପୁରନ୍ଦର ମିଶ୍ର, ବରଗଡ଼ ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ, ପୂର୍ବତନ ବରଗଡ଼ ଲୋକସଭା ସାଂସଦ ଡଃ ପ୍ରଭାସ କୁମାର ସିଂ, ମନ୍ଦିର ପୂଜକ ସଦାନନ୍ଦ ତିୱାରୀ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri