ପ୍ରଶାସନ ନ ଶୁଣିବାରୁ ଛତିଶଗଡ଼ ମୁହାଁ ହେଲେ ସୀମାନ୍ତବାସୀ

ବରଗଡ଼ ଅଫିସ୍‌,୨୮।୨: ଛତିଶଗଡ଼ ସୀମାନ୍ତ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଚର୍ଦ୍ଦାପାଲି ଗ୍ରାମକୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଅଞ୍ଚଳବାସୀଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଆଦି ସେବା ଠିକ୍‌ ଭାବେ ମିଳିପାରୁନାହିଁ। ଏଭଳି ଅଭିଯୋଗ ନେଇ ବାରମ୍ବାର ସ୍ଥାନୀୟ ପ୍ରଶାସନ, ରାଜ୍ୟ ସରକାରଙ୍କଠାରେ ଦାବି ହୋଇଆସୁଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ। ଏଭଳି ଅଣଦେଖା ମନୋଭାବ ଯୋଗୁ ଚର୍ଦ୍ଦାପାଲି ପଞ୍ଚାୟତର ଅଧିବାସୀ ଅରକ୍ଷିତ ପ୍ରଧାନ, ଶଙ୍କର ସାହୁ, ଦଶରଥ ନାଏକ, ରକ୍ଷପାଳ ସାହୁ, ଶେଷଦେବ ନାୟକ, ଜନତା ପ୍ରଧାନ, ପ୍ରଫୁଲ୍ଲ ପ୍ରଧାନ ପ୍ରମୁଖ ଶନିବାର ସନ୍ଧ୍ୟାରେ ପଡ଼ୋଶୀ ଛତିଶଗଡ଼ ରାଜ୍ୟର ସରେଇପାଲି ବିଧାୟକ କିସ୍‌ମତ ଲାଲ ନନ୍ଦଙ୍କୁ ଭେଟି ଛତିଶଗଡ଼ରେ ମିଶିବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି ଏ ନେଇ ସେମାନେ ବିଧାୟକ ନନ୍ଦଙ୍କୁ ମଧ୍ୟ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏହି ଘଟଣା ଏବେ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି ।
ସୂଚନାଯୋଗ୍ୟ, ଲଖମରା ଓ ଚର୍ଦ୍ଦାପାଲି ମଝିରେ ପ୍ରବାହିତ ଅଙ୍ଗ ନଦୀ ଉପରେ ପୋଲ ନିର୍ମାଣ, ଚର୍ଦ୍ଦାପାଲି, ଲୁହୁରାକୋଟ, ଛତିଶଗଡ଼ ସୀମା ଏବଂ ଦେବଦର୍ହା ରାସ୍ତା ନିର୍ମାଣ ଆଦି ଦାବି ନେଇ ଅଞ୍ଚଳବାସୀ ଅନେକ ଥର ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଏହି ଦାବି ନେଇ ସ୍ଥାନୀୟ ଲୋକେ ଆନ୍ଦୋଳନକୁ ଓହ୍ଲାଇ ଥିବାବେଳେ ପୂର୍ବରୁ ବିଧାନ ସଭାରେ ମଧ୍ୟ ଅଙ୍ଗନଦୀ ପୋଲ ସମସ୍ୟା ଉପସ୍ଥାପିତ ହୋଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ସେହି ସମସ୍ୟାର ପ୍ରତିକାର କରାଯାଇନାହିଁ। ଅପରପକ୍ଷେ ସୀମା ବିବାଦ ନେଇ ରାଜ୍ୟ ରାଜନୀତିରେ ତାତି ବଢ଼ିଚାଲିଛି। ଏଭଳି ସମୟରେ ଚର୍ଦ୍ଦାପାଲି ପଞ୍ଚାୟତବାସୀ ଛତିଶଗଡ଼ରେ ମିଶିବା ପାଇଁ ସେଠାକାର ବିଧାୟକଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିବା ପରେ ଜିଲାରେ ରାଜନୀତି ଉଷ୍ମ ହୋଇଛି। ଏ ସମ୍ପର୍କରେ ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରଓ୍ବାନଙ୍କୁ ପଚାରିବାରୁ ସେ କହିଲେ, ଚର୍ଦ୍ଦାପାଲି ଛତିଶଗଡ଼ ସୀମାନ୍ତରେ ରହିଛି। ସେହି ଅଞ୍ଚଳର ସବୁ ପ୍ରକାର ବିକାଶ ପାଇଁ ପ୍ରଶାସନ ଯୋଜନା କରୁଛି। ଚର୍ଦ୍ଦାପାଲିବାସୀ ଛତିଶଗଡ଼ରେ ମିଶିବା ପାଇଁ ସେଠାକାର ବିଧାୟକଙ୍କୁ ଭେଟିଥିବା କଥା ପ୍ରଶାସନକୁ ଜଣାଇନାହାନ୍ତି। ଏହା ସତ୍ୟ ନା ମିଥ୍ୟା ତଦନ୍ତ କରାଯିବ ବୋଲି ଦରଓ୍ବାନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri