Posted inଜାତୀୟ

ମହିଳାଙ୍କୁ ପ୍ରତି ମାସରେ ମିଳିବ ୧୦୦୦ ଟଙ୍କା

ରାୟପୁର,୧।୨: ବୁଧବାର ଛତିଶଗଡରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସରକାର ‘ମହତାରୀ ବନ୍ଦନ ଯୋଜନା’କୁ ଅନୁମୋଦନ କରିଛନ୍ତି। ଏହି ଯୋଜନା ଅଧୀନରେ ରାଜ୍ୟରେ ବିବାହିତ ମହିଳାଙ୍କୁ ମାସକୁ ୧୦୦୦ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଆପଣଙ୍କୁ କହିରଖୁଛୁ ଯେ, ବିଧାନସଭା ନର୍ବାଚନ ସମୟରେ ଭାଜପା ନିଜ ଘୋଷଣା ପତ୍ରରେ ମହତାରୀ ବନ୍ଦନ ଯୋଜନା କାର୍ଯ୍ୟକାରୀ କରିବାକୁ ପ୍ରତିଶ୍ରୁତି ଦେଇଥିଲା। ଯାହା ବୁଧବାର କ୍ୟାବିନେଟ ବୈଠକରେ ଅନୁମୋଦନ ହୋଇଛି। ଏହା ସହିତ ସରକାର ତେନ୍ଦୁ ପତ୍ର ସଂଗ୍ରହକାରୀଙ୍କୁ ଦିଆଯାଇଥିବା ଦରମା ୪୦୦୦ରୁ ୫୫୦୦ ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ, ବୁଧବାର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ଅଧ୍ୟକ୍ଷତାରେ ମନ୍ତ୍ରାଳୟ ମହାନଦୀ ଭବନରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ରାଜ୍ୟର ଉଭୟ ଡେପୁଟି ମୁଖ୍ୟମନ୍ତ୍ରୀ ସମେତ ସମସ୍ତ ମନ୍ତ୍ରୀ ଉପସ୍ଥିତ ଥିଲେ। ଏହି ବୈଠକରେ ସରକାର ମହତାରୀ ବନ୍ଦନ ଯୋଜନା କାର୍ଯ୍ୟକାରୀ କରିବା, ତେନ୍ଦୁ ପତ୍ର ସଂଗ୍ରହକାରୀଙ୍କ ବେତନ ବୃଦ୍ଧି, ଛତିଶଗଡ ସିଭିଲ ସର୍ଭିସ (ଚୁକ୍ତିନାମା ନିଯୁକ୍ତି) ନିୟମରେ ପରିବର୍ତ୍ତନ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

‘ମହତାରୀ ବନ୍ଦନ ଯୋଜନା’ଯୋଜନା ଅଧୀନରେ ରାଜ୍ୟର ବିବାହିତ ମହିଳାମାନଙ୍କୁ ମାସିକ ୧୦୦୦ ଟଙ୍କା ଅର୍ଥାତ୍‌ ପ୍ରତିବର୍ଷ ୧୨ ହଜାର ଟଙ୍କା ଆର୍ଥିକ ସହାୟତା ଦିଆଯିବ। ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କର ସ୍ବାସ୍ଥ୍ୟ ଏବଂ ପୁଷ୍ଟିକର ସ୍ତରରେ ଉନ୍ନତି ଆଣିବା ଏହି ଯୋଜନାର ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?