ଜୀବନକୁ ବାଜି ଲଗାଇଲେ ଗର୍ଭବତୀ ନର୍ସ

ରାୟପୁର,୨୬।୫: ଦେଶରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। କରୋନାର ପ୍ରଥମ ଓ ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି। ତେବେ ଏହି ସଙ୍କଟ ସମୟରେ ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ ଲୋକଙ୍କ ପାଇଁ ଭଗବାନ ପାଲଟିଛନ୍ତି। ନିଜ ଘର ଓ ପରିବାର ଛାଡ଼ି, ରାତି ଦିନ ଏକ କରି ଏମାନେ ଲୋକଙ୍କ ସେବାରେ ନିଜ ଜୀବନକୁ ବାଜି ଲଗାଇଦେଉଛନ୍ତି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଛତିଶଗଡ଼ କଓ୍ବରଧା ଜିଲାର ଲିମୋ ଗାଁରେ। ସୂଚନାଯୋଗ୍ୟ, ଲିମୋ ଗାଁରେ ଥିବା ଏକ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନର୍ସ ପ୍ରଭା କାର୍ଯ୍ୟରତ ଥିଲେ। ୯ମାସର ଗର୍ଭବତୀ ଥିବା ସତ୍ତ୍ୱେ ସେ କୋଭିଡ ଓ୍ବାର୍ଡରେ କାର୍ଯ୍ୟ କରୁଥିଲେ। ଏପ୍ରିଲ ୩୦ରେ ପ୍ରସବ ପୀଡ଼ା ହେବାରୁ ତାଙ୍କୁ କଓ୍ବରଧାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ହସ୍ପିଟାଲରେ ଭର୍ତ୍ତି ଥିବା ବେଳେ ତାଙ୍କୁ ଅନେକ ସମୟରେ ଜ୍ୱର ଆସିଥିଲା। ପରେ ସୁସ୍ଥ ହେବାରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା। କିନ୍ତୁ ଘରକୁ ଆସିବା ପରେ ପୁଣି ପ୍ରଭାଙ୍କୁ ଜ୍ୱର ଓ କାଶ ହୋଇଥିଲା। ଏହାପରେ ସେ ଆଣ୍ଟିଜେନ ଟେଷ୍ଟ କରିଥିଲେ। ରିପୋର୍ଟରେ ତାଙ୍କର ପଜିଟିଭ୍‌ ଆସିଥିଲା। ରିପୋର୍ଟ ଆସିବା ପରେ ତାଙ୍କୁ କଓ୍ବରଧା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କର ଅକ୍ସିଜେନ ସ୍ତର କମିଯିବାରୁ ପ୍ରଭାଙ୍କୁ ରାୟପୁରକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ମେ’ ୨୧ରେ ପ୍ରଭାଙ୍କ ଦେହାନ୍ତ ଘଟିଛି। ଏନେଇ ପ୍ରଭାଙ୍କ ସ୍ବାମୀ ଭୋଜରାଜ ସୂଚନା ଦେଇଛନ୍ତି। ଗର୍ଭବତୀ ସମୟରେ ପ୍ରଭାଙ୍କ ସ୍ବାମୀ ତାଙ୍କୁ ଛୁଟି ନେବାକୁ ବାଧ୍ୟ କରିଥିଲେ। କିନ୍ତୁ ପ୍ରଭା ଛୁଟି ନ ନେଇ ନିଜ କର୍ତ୍ତବ୍ୟକୁ ଗୁରୁତ୍ୱ ଦେଇଥିଲେ। ଶେଷରେ କର୍ତ୍ତବ୍ୟପରାୟଣ ହୋଇ ନିଜର ଜୀବନ ହାରିଛନ୍ତି ପ୍ରଭା।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri