Posted inଫୁରସତ

ସ୍ତ୍ରୀ ନଜଣାଇ ଘରକୁ ପଳାଇଲେ ବୋଲି ବିଜୁଳି ଖୁଣ୍ଟରେ ଚଢ଼ି ବସିଲେ ସ୍ବାମୀ, ଆଉ ତା’ପରେ ଘଟିଲା…

ବଳରାମପୁର: ଯଦି ଆପଣ ‘ଶୋଲେ’ ଫିଲ୍ମ ଦେଖିଥିବେ ତେବେ ଅଭିନେତା ଧର୍ମେନ୍ଦ୍ର ସେଥିରେ ମଦନିଶାରେ ପାଣି ଟାଙ୍କି ଉପରେ ଚଢ଼ିବା ଘଟଣା ମନେଥିବ ନିଶ୍ଚିତ। ଏବେ ଠିକ୍‌ ସେଭଳି ଏକ ଘଟଣା ଛତିଶଗଡ଼ରେ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ସ୍ତ୍ରୀ ଘରୁ ନ କହି ଚାଲିଯାଇଥିବାକୁ ନେଇ ଏଭଳି ଦୁଃଖି ହୋଇଯାଇଥିଲେ ଯେ, ସେ ବିଦ୍ୟୁତ୍‌ଖୁଣ୍ଟ ଉପରେ ଚଢ଼ି ଯାଇଥିଲେ। ଲୋକେ ଏହା ଦେଖି ଚକିତ ହୋଇଯାଇଥିଲେ। ଖବର ପାଇ ପୋଲିସ ପହଞ୍ଚି ଉକ୍ତ ବ୍ୟକ୍ତିଙ୍କୁ ତଳକୁ ଓହ୍ଲାଇଥିଲା। ହେଲେ ଏହା ସହଜ ନ ଥିଲା। ପୋଲିସ ନାକେଦମ ହୋଇଥିଲା।

ଛତିଶଗଡ଼ ବଳରାମପୁରର ଉକ୍ତ ବ୍ୟକ୍ତି ବିଦ୍ୟୁତ୍‌ ଖୁଣ୍ଟ ଉପରେ ଚଢ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଡରି ଯାଇଥିଲେ। ସେମାନେ ତାଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ। ହେଲେ ବିଫଳ ହୋଇଥିଲେ। ଶେଷରେ ପୋଲିସକୁ ଏନେଇ ଖବର ଦିଆଯାଇଥିଲା। ଖବର ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ତଳକୁ ଆଣିଥିଲା।

ଘଟଣାଟି ମାର୍ଚ୍ଚ ୪ର। ବ୍ୟକ୍ତିଜଣଙ୍କ ନିଶାରେ ଥିଲେ। ତାଙ୍କ ସ୍ତ୍ରୀ ନ କହି କେଉଁଆଡେ ଚାଲିଯାଇଥିଲେ। ଫଳରେ ସେ ଦୁଃଖି ହୋଇ ବିଜୁଳିଖୁଣ୍ଟରେ ଚଢ଼ି ଯାଇଥିଲେ। ବହୁତ କଷ୍ଟରେ ତାଙ୍କୁ ପୋଲିସ ତଳକୁ ବୁଝାଇ ଆଣିଥିଲା। ପରେ ତାଙ୍କୁ ଥାନାକୁ ନିଆଯାଇଥିଲା। ନିଶା ଖସିବା ପରେ ତାଙ୍କୁ ଚେତାଇ ଘରକୁ ଛାଡ଼ିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri