ରାୟଗଡ଼ା ଜିଲାରେ ଛତିଶଗଡ଼ ମନ୍ତ୍ରୀଙ୍କ ମାରାଥନ ପ୍ରଚାର

ବିଷମକଟକ/ମୁନିଗୁଡ଼ା/କୋଲନରା,୧୨ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନକୁ ଆଉ ମାତ୍ର ୩ ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର ଜୋର୍‌ଦାର ଚାଲିଛି। ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ପାଇଁ ହେଭିଓ୍ବେଟ୍‌ ନେତା ପ୍ରଚାର ମଙ୍ଗ ସମ୍ଭାଳୁଛନ୍ତି। ଦୁଇଦିନ ତଳେ ଭାଜପା ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ରାୟଗଡ଼ା ଜିଲାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ଫେରିଥିବାବେଳେ ଶୁକ୍ରବାର ଛତିଶଗଡ଼ର ଶିଳ୍ପ ଓ ବାଣିଜି୍ୟକ ଟିକସ(ଅବକାରୀ) କ୍ୟାବିନେଟ ମନ୍ତ୍ରୀ କଓ୍ବାସି ଲଖମା ପ୍ରଚାର ପାଇଁ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିଛନ୍ତି। ସେ କଂଗ୍ରେସର ଜିଲା ପରିଷଦ ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିଛନ୍ତି। ବିଷମକଟକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଷମକଟକ, ମୁନିଗୁଡ଼ା ଏବଂ କୋଲନରା ବ୍ଲକର ବିଭିନ୍ନ ଜୋନ୍‌ରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ସେ ଭୋଟ ଭିକ୍ଷା କରିଛନ୍ତି।
ଅପରାହ୍ନରେ କଓ୍ବାସି ବିଷମକଟକଠାରେ ରୋଡ୍‌ ଶୋ’କରି ‘କ’ ଜୋନ୍‌ ଜିଲା ପରିଷଦ ପ୍ରାର୍ଥୀ ସୁଶ୍ରୀ ଗୀତା କୃଷିକା, ‘ଖ’ ଜୋନ୍‌ର କୃଷ୍ଣ ନାଣକାଙ୍କ ପାଇଁ ପ୍ରଚାର କରିଥିଲେ। ପ୍ରଚାର ସମୟରେ କର୍ମୀଙ୍କ ସହିତ ନୃତ୍ୟ ମଧ୍ୟ କରିଥିଲେ। ମନ୍ତ୍ରୀଙ୍କ ସହ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା, ଜିଲା କଂଗ୍ରେସ ସଭାପତି ଦୁର୍ଗା ପଣ୍ଡା ଓ ଦଳୀୟ ପ୍ରାର୍ଥୀ ରହିଥିଲେ। ପ୍ରଚାର ପୂର୍ବରୁ ମନ୍ତ୍ରୀ ସ୍ଥାନୀୟ ମାଁ ମାର୍କମା ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ସେହିପରି ମନ୍ତ୍ରୀ ଓ ଏମ୍‌ପି ମୁନିଗୁଡ଼ା ବ୍ଲକ ‘କ’ ଜୋନ୍‌ ଜିଲା ପରିଷଦ ପ୍ରାର୍ଥୀ ଦକ୍ଷ କରକରିଆ ଏବଂ ‘ଖ’ ଜୋନ୍‌ ଜିଲା ପରିଷଦ ପ୍ରାର୍ଥୀ ସୁକୁମାରୀ ନାଗଙ୍କ ପାଇଁ ଭୋଟ ମାଗିଥିଲେ। କୋଲନରା ବ୍ଲକରେ ‘କ’ ଜୋନ୍‌ର କଂଗ୍ରେସ ପ୍ରାର୍ଥୀ ଗୋବର୍ଦ୍ଧନ ରାଓ ଏବଂ ଜେକେପୁର ‘ଗ’ ଜୋନ୍‌ ପ୍ରାର୍ଥୀ କାବ୍ୟ କୁଲେସିକାଙ୍କ ନିମନ୍ତେ ମଧ୍ୟ ପ୍ରଚାର କରିଥିଲେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମନମୁଖି ଶାସନରେ ଲୋକେ ଅତିଷ୍ଠ। ତେଣୁ କଂଗ୍ରେସ ପୁଣି ଫେରିବ ବୋଲି ଏଠାରେ ମନ୍ତ୍ରୀ ଲଖମା କହିଛନ୍ତି। ସେହିପରି ଜିଲାର ୨୨ ଜୋନ୍‌ରୁ ୧୭ରୁ ଊର୍ଦ୍ଧ୍ୱ ଜିଲା ପରିଷଦ ଆସନରେ କଂଗ୍ରେସ ଜିତିବ ବୋଲି ସପ୍ତଗିରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri