ଛତିଶଗଡ଼ ଧାନ ଓଡ଼ିଶାରେ ଜବତ

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ଗୁରୁବାର ଛତିଶଗଡ଼ରୁ ଏକ ଧାନ ବୋଝେଇ ଟ୍ରକ୍‌ (ନଂ.ସିଜି୧୨ସି/୪୦୧୮) ବରଗଡ଼ରେ ପହଞ୍ଚତ୍ବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ପ୍ରଶାସନ ଉକ୍ତ ଟ୍ରକ୍‌କୁ ଜବତ କରି ସ୍ଥାନୀୟ ଏକ ରାଇସ୍‌ ମିଲର୍ସଙ୍କ ଜିମା ଦେଇଛି। ଏହାର ତଦନ୍ତ ଚାଲିଛି ଏବଂ ଆବଶ୍ୟକ ହେଲେ ପୋଲିସରେ ଏତଲା ଦିଆଯିବ ବୋଲି ବରଗଡ଼ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ କହିଛନ୍ତି।
ସୂଚନା ଅନୁଯାୟୀ, ଛତିଶଗଡ଼ ଅଞ୍ଚଳରୁ ବରଗଡ଼କୁ ଉକ୍ତ ଧାନ ବୋଝେଇ ଟ୍ରକ ଆସୁଥିବା ନେଇ ସ୍ଥାନୀୟ ପ୍ରଶାସନକୁ ସୂଚନା ମିଳିଥିଲା। ଏହାପରେ ଉପଜିଲାପାଳ ପାଣ୍ଡେଙ୍କ ନେତୃତ୍ୱରେ ଏକ ଟିମ୍‌ ସମ୍ପୃକ୍ତ ଟ୍ରକ୍‌ ଉପରେ ନଜର ରଖିଥିଲା। ଟ୍ରକ୍‌ଟି ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ପହଞ୍ଚତ୍ବା ପରେ ପ୍ରଶାସନିକ ଅଧିକାରୀମାନେ ତାକୁ ଅଟକ ରଖି ଯାଞ୍ଚ କରିଥିଲେ। ଉକ୍ତ ଟ୍ରକ୍‌ରେ ୫୦୦ ବସ୍ତା ଧାନ ରହିଥିବା ଏବଂ ଏହା ଛତିଶଗଡ଼ରୁ ଆସିଥିବା ଜଣାପଡ଼ିଥିଲା। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀମାନେ ପଚରାଉଚରା କରିବାରୁ ଟ୍ରକ୍‌ ଡ୍ରାଇଭର କୌଣସି ସୂଚନା ଦେଇ ପାରି ନ ଥିଲେ। ଫଳରେ ଟ୍ରକ୍‌କୁ ଜବତ କରାଯିବା ସହ ସ୍ଥାନୀୟ ଏକ ରାଇସ୍‌ ମିଲର୍ସଙ୍କ ଜିମାରେ ଦିଆଯାଇଥିଲା।
ରବିଋତୁରେ ପଡ଼ୋଶୀ ଛତିଶଗଡ଼ରେ ରବିଧାନ ସଂଗ୍ରହ କରାଯାଏନାହିଁ । ଫଳରେ ଚଳିତ ଧାନ ସଂଗ୍ରହ ପ୍ରକ୍ରିୟାରେ ଛତିଶଗଡ଼ରୁ ବରଗଡ଼କୁ ଧାନ ଆସିବା ଯଥେଷ୍ଟ ସମ୍ଭାବନା ରହିଛି। ଏହି ଦୃଷ୍ଟିରୁ ଗତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଜିଲାପାଳ ଆଦିତ୍ୟ ଗୋୟଲ ସେଥିପ୍ରତି ଦୃଷ୍ଟି ଦେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଧାନ ସଂଗ୍ରହ ଆରମ୍ଭରୁ ବରଗଡ଼କୁ ଛତିଶଗଡ଼ ଧାନ ଆସୁଥିବା ଯୋଗୁ ଏଥିପ୍ରତି କଡ଼ା ନଜର ନ ରଖିଲେ ଆଗକୁ ଏଠାରେ ଧାନ ବିକ୍ରି ଜଟିଳ ହୋଇପଡ଼ିବ ବୋଲି ଏବେଠାରୁ ଆଶଙ୍କା ପ୍ରକାଶ ପାଇଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri