ଛତିଶଗଡ଼ ଧାନ ଓଡ଼ିଶାରେ ଜବତ

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ଗୁରୁବାର ଛତିଶଗଡ଼ରୁ ଏକ ଧାନ ବୋଝେଇ ଟ୍ରକ୍‌ (ନଂ.ସିଜି୧୨ସି/୪୦୧୮) ବରଗଡ଼ରେ ପହଞ୍ଚତ୍ବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ପ୍ରଶାସନ ଉକ୍ତ ଟ୍ରକ୍‌କୁ ଜବତ କରି ସ୍ଥାନୀୟ ଏକ ରାଇସ୍‌ ମିଲର୍ସଙ୍କ ଜିମା ଦେଇଛି। ଏହାର ତଦନ୍ତ ଚାଲିଛି ଏବଂ ଆବଶ୍ୟକ ହେଲେ ପୋଲିସରେ ଏତଲା ଦିଆଯିବ ବୋଲି ବରଗଡ଼ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ କହିଛନ୍ତି।
ସୂଚନା ଅନୁଯାୟୀ, ଛତିଶଗଡ଼ ଅଞ୍ଚଳରୁ ବରଗଡ଼କୁ ଉକ୍ତ ଧାନ ବୋଝେଇ ଟ୍ରକ ଆସୁଥିବା ନେଇ ସ୍ଥାନୀୟ ପ୍ରଶାସନକୁ ସୂଚନା ମିଳିଥିଲା। ଏହାପରେ ଉପଜିଲାପାଳ ପାଣ୍ଡେଙ୍କ ନେତୃତ୍ୱରେ ଏକ ଟିମ୍‌ ସମ୍ପୃକ୍ତ ଟ୍ରକ୍‌ ଉପରେ ନଜର ରଖିଥିଲା। ଟ୍ରକ୍‌ଟି ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ପହଞ୍ଚତ୍ବା ପରେ ପ୍ରଶାସନିକ ଅଧିକାରୀମାନେ ତାକୁ ଅଟକ ରଖି ଯାଞ୍ଚ କରିଥିଲେ। ଉକ୍ତ ଟ୍ରକ୍‌ରେ ୫୦୦ ବସ୍ତା ଧାନ ରହିଥିବା ଏବଂ ଏହା ଛତିଶଗଡ଼ରୁ ଆସିଥିବା ଜଣାପଡ଼ିଥିଲା। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀମାନେ ପଚରାଉଚରା କରିବାରୁ ଟ୍ରକ୍‌ ଡ୍ରାଇଭର କୌଣସି ସୂଚନା ଦେଇ ପାରି ନ ଥିଲେ। ଫଳରେ ଟ୍ରକ୍‌କୁ ଜବତ କରାଯିବା ସହ ସ୍ଥାନୀୟ ଏକ ରାଇସ୍‌ ମିଲର୍ସଙ୍କ ଜିମାରେ ଦିଆଯାଇଥିଲା।
ରବିଋତୁରେ ପଡ଼ୋଶୀ ଛତିଶଗଡ଼ରେ ରବିଧାନ ସଂଗ୍ରହ କରାଯାଏନାହିଁ । ଫଳରେ ଚଳିତ ଧାନ ସଂଗ୍ରହ ପ୍ରକ୍ରିୟାରେ ଛତିଶଗଡ଼ରୁ ବରଗଡ଼କୁ ଧାନ ଆସିବା ଯଥେଷ୍ଟ ସମ୍ଭାବନା ରହିଛି। ଏହି ଦୃଷ୍ଟିରୁ ଗତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଜିଲାପାଳ ଆଦିତ୍ୟ ଗୋୟଲ ସେଥିପ୍ରତି ଦୃଷ୍ଟି ଦେବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଧାନ ସଂଗ୍ରହ ଆରମ୍ଭରୁ ବରଗଡ଼କୁ ଛତିଶଗଡ଼ ଧାନ ଆସୁଥିବା ଯୋଗୁ ଏଥିପ୍ରତି କଡ଼ା ନଜର ନ ରଖିଲେ ଆଗକୁ ଏଠାରେ ଧାନ ବିକ୍ରି ଜଟିଳ ହୋଇପଡ଼ିବ ବୋଲି ଏବେଠାରୁ ଆଶଙ୍କା ପ୍ରକାଶ ପାଇଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri