ଛତିଶଗଡ଼ର ୨୧ ଜଣିଆ ସିଡିପିଓ ଟିମ୍‌ଙ୍କ ଗଞ୍ଜାମ ପରିଦର୍ଶନ

ଗଞ୍ଜାମ,୧୫ା୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ଗ୍ରାମକୁ ଛତିଶଗଡର ୨୧ ଜଣିଆ ସିଡିପିଓ ଟିମ ପରିଦର୍ଶନରେ ଆସି ଗଞ୍ଜାମ ବ୍ଲକରେ ସମନିତ୍ୱ ଶିଶୁ ବିକାଶ ଯୋଜନାର ବିଭିନ୍ନ କାର୍ଯ୍ୟକ୍ରମଗୁଡିକ ସମ୍ପର୍କରେ ଆଲୋଚନା କରିଥିଲେ। ମୋ ଗେହ୍ଲାଝିଅ, ଅଦ୍ୱିକା, ବାଲ୍ୟବିବାହ ମୁକ୍ତ, କନ୍ୟା ଭୃଣ ହତ୍ୟା ରୋକିବା ଆଦି ସମ୍ପର୍କରେ ପଚାରି ବୁଝିଥିଲେ। ମଧ୍ୟାହ୍ନରେ ହୁମ୍ମା ସ୍ଥିତ ଅଙ୍ଗନୱାଡି କେନ୍ଦ୍ରରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ବାଗତ ସମର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଉକ୍ତ ଅଙ୍ଗନୱାଡି କେନ୍ଦ୍ରର ବିଭିନ୍ନ ଆନୁସାଙ୍ଗିକ ବ୍ୟବସ୍ଥା ଦେଖିବା ସହ କୋମଳମତି ଶିଶୁମାନଙ୍କୁ ଅଙ୍ଗନୱାଡି କର୍ମୀ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ପରେ ସ୍ଥାନୀୟ କଲ୍ୟାଣ ମଣ୍ଡପରେ ଏକ ଗେହ୍ଲାଝିଅ କାର୍ଯ୍ୟକ୍ରମରେ ନିକଟରେ ଜନ୍ମ ଦେଇଥିବା ଶିଶୁକନ୍ୟାମାନଙ୍କ ମା ମାନଙ୍କୁ ମାନପତ୍ର ଓ ଉପହାର ଦିଆଯାଇଥିଲା। ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ନିର୍ଭୟାକଢି କାର୍ଯ୍ୟକ୍ରମ ସମ୍ପର୍କିତ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା। ଶେଷରେ ସିଡିପିଓ ସଲୀଳା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ସ୍ଥାନୀୟ ସମିତିସଭ୍ୟ ଧ୍ରୁବ ଚରଣ ପଲାଇ, ସରପଞ୍ଚ ଜାନକି ଦାସ, ବିଇଓ ଭାଗିରଥି ବେହେରା, ଡବ୍ଲୁସିଡି ସେକ୍ରେଟାରି ରବୀନ୍ଦ୍ର ବେହେରା, ଚିନ୍ମୟୀ ରଥ, ସୋନାଲି ସିହ୍ନା, ମଧୁମିତା ପ୍ରମୁଖ ରାଜ୍ୟ କର୍ମକର୍ତ୍ତା, ଡିଏସଡବ୍ଲୁ ଶୁଭଶ୍ରୀ ପାତ୍ର, ଏଡିଏସଡବ୍ଲୁ ସାଧନ କୁମାର ଦାସ, ଡିପିସି ଦେବବ୍ରତ ମହନ୍ତ ପ୍ରମୁଖ ଉପସ୍ଥିତ ରହି ଅତିଥି ସିଡିପିଓମାନଙ୍କୁ ଗଞ୍ଜାମ ଜିଲାର ଶିଶୁ ଓ ମହିଳାମାନଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ସୁପରଭାଇଜର, ଅଙ୍ଗନୱାଡି କର୍ମୀ, କିଶୋରୀ ବାଳିକା ଓ ସ୍ଥାନୀୟ ମହିଳା ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?