‘ମୟୂରଭଞ୍ଜକୁ ପରିଚୟ ଦେଇଛନ୍ତି ଛଉ କଳାକାର’

ବାରିପଦା ଅଫିସ,୧୨ା୪ ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଛଉ ନୃତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା ସୋମବାରଠାରୁ ଆରମ୍ଭ ହୋଇଛି। ବିଶ୍ୱ ପ୍ରସିଦ୍ଧ ଛଉ ନୃତ୍ୟର ପ୍ରଚାର ପ୍ରସାର ଦିଗରେ ପ୍ରଶାସନ ପକ୍ଷରୁ ‘ମୟୂରଭଞ୍ଜ ଚୈତ୍ରପର୍ବ-୨୨’ ନାମରେ ୟୁଟ୍ୟୁବ ଚ୍ୟାନେଲରେ ଏହା ସିଧାପ୍ରସାରିତ ହେଉଛି। ଜିଲାପାଳ ବିନୀତ ଭରଦ୍ୱାଜଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଜସ୍ବ, ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗଦେଇ କଳା ଓ କଳାକାରରେ ଭରପୁର ମୟୂରଭଞ୍ଜ ମାଟିକୁ ପରିଚିତ କରିବାରେ ଛଉ ନୃତ୍ୟ କଳାକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜିଲା ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇ ରଖିବା ପାଇଁ ସମସ୍ତଙ୍କର ସହଯୋଗର ଆବଶ୍ୟକ ରହିଛି ବୋଲି କହିଥିଲେ। ମୋରଡା ବିଧାୟକ ରାଜକିଶୋର ଦାସ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଅମଳରୁ ପ୍ରଚଳିତ ଛଉ ପରମ୍ପରାକୁ ଉଜ୍ଜୀବିତ କରି ସମର କଳାର ନିଦର୍ଶନ ପୂର୍ବକ ବିଶ୍ବ ଦରବାରରେ ପ୍ରସିଦ୍ଧି ଲାଭ କରିପାରିଛି। ଭାରତବର୍ଷରେ ଛଉକୁ ଲୋକକଳାର ମହାରାଣୀ ବୋଲି ଆଖ୍ୟା ଦିଆଯାଇଛି। ଅନ୍ୟ ଅତିଥିଙ୍କ ମଧ୍ୟରେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା, ସାରସକଣା ବିଧାୟକ ଡା. ବୁଢାନ ମୁର୍ମୁ, ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝୀ, କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ୍‌ , ଅତିରିକ୍ତ ଜିଲାପାଳ ପ୍ରକାଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ପର୍ବ ୩ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ବେଳେ ୫ଦିନ ଧରି ପଲ୍ଲିଶ୍ରୀ ମେଳା ଆରମ୍ଭ ହୋଇଛି। ଏଥିରେ ୨୮ଟି ଜିଲାରୁ ଆସିଥିବା ଡିଆରଡିଏ, ଓରମାସ୍‌, ବୟନ ଓ ହସ୍ତତନ୍ତ ଶିଳ୍ପ, ଖଦୀ ଓ ଗ୍ରାମ୍ୟ ଉଦ୍ୟୋଗୀମାନଙ୍କ ଦ୍ୱାରା ଉପତ୍ାଦିତ ଦ୍ରବ୍ୟ ସାମଗ୍ରୀ ଓ କୁଟୀର ଶିଳ୍ପ କାରୁକାର୍ଯ୍ୟ ସାମଗ୍ରୀଗୁଡିକ ମେଳାରେ ପ୍ରଦର୍ଶନ କରାଯାଇଛି ା ମୋଟ ୧୪୫ ଷ୍ଟଲ ନିର୍ମାଣ ସହିତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି ା ପ୍ରଥମ ସନ୍ଧ୍ୟାରେ ଗ୍ରାମାଞ୍ଚଳରୁ ଆସିଥିବା ୧୩ ନୃତ୍ୟ ଦଳ ନିଜର କଳା ପ୍ରଦର୍ଶନ କରିଛନ୍ତି। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?