ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କୁ କରୋନା

ଭୁବନେଶ୍ୱର/ଛେଣ୍ଡିପଦା,୨୮।୯ (ବ୍ୟୁରୋ/ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ବିଧାୟକ ସୁଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ପୂର୍ବରୁ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ପାଲଲହଡ଼ା ବିଧାୟକ ମୁକେଶ ପାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ ସୋମବାର ଅପରାହ୍ନରେ ଅନୁଗୁଳ ବିଧାୟକ ତଥା ବିଧାନସଭା ଉପ-ବାଚସ୍ପତି ରଜନୀକାନ୍ତ ସିଂହ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ସେ ତାଙ୍କ ଫେସବୁକ ଆକାଉଣ୍ଟରେ ସୂଚନା ଦେଇଛନ୍ତି । ତେବେ ଏହି ତିନି ବିଧାୟକଙ୍କ ପରେ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ତାଙ୍କର କରୋନାର କୈାଣସି ଲକ୍ଷଣ ନ ଥିବା ବେଳେ ସେ ସୁସ୍ଥ ମଧ୍ୟ ଥିବା ସୁଚନା ଦେଇଛନ୍ତି । ଏ ନେଇ ସେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା ସୂଚନା ଦେଇଛନ୍ତି । ବିଗତ ଦଶଦିନ ମଧ୍ୟରେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ବିଶେଷ ମାନଙ୍କୁ କରୋନା ପରୀକ୍ଷା କରେଇନେବାକୁ ଅନୁରୋଧ କରିଛନ୍ତି । ଏ ନେଇ ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ସମର୍ଥକମାନେ ତାଙ୍କର ଆସୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri