ବେଙ୍ଗାଲୁରୁ, ୪ା୭ (ପି.ଟି.): ଭାରତୀୟ ଫୁଟ୍ବଲ ଆଇକନ ସୁନୀଲ ଛେତ୍ରୀ ସୋମବାର ବେଙ୍ଗାଲୁରୁ ଏଫ୍ସି ସହ ଅତିରିକ୍ତ ବର୍ଷର ବିକଳ୍ପ ସହିତ ଏକ ନୂଆ ବର୍ର୍ଷିକିଆ ଚୁକ୍ତି କରିଛନ୍ତି। ବର୍ତ୍ତମାନର ସକ୍ରିୟ ଖେଳାଳିଙ୍କ ମଧ୍ୟରେ ଛେତ୍ରୀ ବିଶ୍ୱର ତୃତୀୟ ସର୍ବାଧିକ ଗୋଲ ସ୍କୋରର ବିବେଚିତ ହେଉଛନ୍ତି। ଆଉ ୨ ମାସ ପରେ ସେ ତାଙ୍କ ୩୯ତମ ଜନ୍ମଦିନ ପାଳିବେ। ଛେତ୍ରୀ କାନ୍ତିରାଭା ଷ୍ଟାଡିୟମରେ ଏକ ବ୍ୟାନରର ଉନ୍ମୋଚନ କରିଛନ୍ତି, ଯେଉଁଠାରେ ଭାରତ ଶନିବାର ଅନୁଷ୍ଠିତ ସାଫ୍ ଚାମ୍ପିୟନଶିପ୍ ସେମିଫାଇନାଲରେ ଲେବାନନଙ୍କୁ ହରାଇ ଦେଇଥିଲା। ୨୦୧୩ରେ ବେଙ୍ଗାଲୁରୁ ଏଫ୍ସି ଗଠନ ହୋଇଥିଲା। କ୍ଲବ ସହ ସେ ୧୦ ସିଜନ ଧରି ଖେଳି ଆସୁଛନ୍ତି। ସେ କ୍ଲବରେ ସବୁଠାରୁ ଅଧିକ ଦିନ ଧରି ତିଷ୍ଠି ରହିଥିବା ଖେଳାଳି। କ୍ଲବ ସହ ସେ ୭ ଟ୍ରଫି ଜିତିଛନ୍ତି। ଛେତ୍ରୀ କହିଛନ୍ତି କ୍ଲବ ସହ ସେ ଖୁବ୍ ଖୁସି ଅଛନ୍ତି। କ୍ଲବ ପାଇଁ ଆଉ ଦୁଇ ବର୍ଷ ଖେଳିଲେ ତାଙ୍କର କୌଣସି ଅସୁବିଧା ନାହିଁ।
୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା
ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…
ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍ ହେଉଛନ୍ତି ଛାତ୍ରୀଛାତ୍ର
ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…
ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍, ହୁ ହୁ ହୋଇ ବଢିବ ଧନ!
ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…
ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି
ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…
ଧର୍ମାନ୍ତରୀକରଣ
ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…
ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ
ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…
ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍ପି
ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…
ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ
ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…
Archives

