୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ ବାଲାସାହେବ ଠାକରେଙ୍କ ପ୍ରାର୍ଥୀ ଅମୋଲ କୀର୍ତ୍ତିକରଙ୍କ ବିରୋଧରେ ତାଙ୍କୁ ପ୍ରାର୍ଥୀ କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି। ବୁଧବାର ରାତିରେ ଗୋବିନ୍ଦା ଶିବସେନା ଅଧିକାରୀ ତଥା ପୂର୍ବତନ ବିଧାୟକ କୃଷ୍ଣ ହେଗଡେଙ୍କୁ ଭେଟିଥିଲେ। ହେଗଡେ କହିଥିଲେ ଯେ ଗୋବିନ୍ଦା ଜାତୀୟ ସ୍ତରରେ କାମ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।
ଶିବସେନାରେ ଆନୁଷ୍ଠାନିକ ଭାବେ ଯୋଗଦେବା ପରେ ଗୋବିନ୍ଦା ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ କହିଥିଲେ ଯେ ସେ ୧୪ ବର୍ଷର ‘ବନବାସ’ପରେ ସକ୍ରିୟ ରାଜନୀତିରେ ପ୍ରବେଶ କରୁଛନ୍ତି। ସେ କହିଛନ୍ତି ଯେ ୧୪ବର୍ଷ ବନବାସ ପରେ ମୁଁ ରାଜନୀତିରେ ପ୍ରବେଶ କରିଛି କାରଣ ଗତ ୧୦ବର୍ଷ ମଧ୍ୟରେ କରାଯାଇଥିବା କାର୍ଯ୍ୟ ମୋତେ ବହୁତ ପ୍ରଭାବିତ କରିଛି। ମୋଦି ଜୀ ଆଣିଥିବା ରାମରାଜ୍ୟ ଏବଂ ଗତ ଦୁଇ ବର୍ଷ ମଧ୍ୟରେ ମୁମ୍ବାଇରେ ମୁଁ ଦେଖିଥିବା ଏକନାଥ ଶିନ୍ଦେ ଜୀଙ୍କ କାରଣରୁ ମୁଁ ଶିବସେନାରେ ଯୋଗ ଦେଇଛି।
ବଡ ପରଦାର ଛୋଟେ ମିଆଁ କହିଛନ୍ତି ଯେ ମୁଁ ଟିକେଟ ପାଇବା ଆଶାରେ ଆସି ନାହିଁ, କିନ୍ତୁ ମୋତେ ଯାହା ଦାୟିତ୍ୱ ଦିଆଯାଇଛି, ମୁଁ ଏହାକୁ ସଚ୍ଚୋଟତାର ସହ ପୂରଣ କରିବି। ଯଦି ମୋତେ ସୁଯୋଗ ମିଳେ, ମୁଁ ଲଢିବାକୁ ପ୍ରସ୍ତୁତ ହେବି, କିନ୍ତୁ ଟିକେଟ୍‌ ପାଇବା ଆଶାରେ ମୁଁ ଶିବସେନାରେ ଯୋଗ ଦେଇ ନାହିଁ।
ସେକହିଛନ୍ତି ଯେ ଦଳ ପାଇଁ ମୋର ଯାହା ସହଯୋଗ ଅଛି, ମୁଁ ଏହାକୁ ସଚ୍ଚୋଟତାର ସହ କରିବି। ମୋର ଏଠାକୁ ଆସିବା ହେତୁ ଅନେକ ଲୋକଙ୍କୁ ଏହା ଲଙ୍କା ଖାଇବା ଭଳି ଲାଗିଛି। ସେମାନଙ୍କର ଯୋଜନା ବି ଫସର ଫାଟି ଯାଇଛି। ସୂଚନାଯୋଗ୍ୟ, ୨୦୦୪ ସାଧାରଣ ନିର୍ବାଚନରେ ଗୋବିନ୍ଦା ଉତ୍ତର ମୁମ୍ବାଇର ଆସନରୁ କଂଗ୍ରେସ ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ଭେଟେରାନ ଭାଜପା ନେତା ରାମ ନାୟକଙ୍କୁ ପରାସ୍ତ କରିଥିଲେ। ତେବେ ତାଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଗୋବିନ୍ଦା ପୁନର୍ବାର ଅଭିନୟ ଆରମ୍ଭ କରିଥିଲେ ଏବଂ ଏହା ପରେ ରାଜନୀତିରେ ପ୍ରବେଶ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri