ପରାଗରେ ଚିକେନ୍‌ ବିରିୟାନୀ ଖାଇବା ଘଟଣା: ହେତୁବାଦୀଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୩୦ା୧୦: ଗତ ୨୫ତାରିଖରେ ହୋଇଥିବା ସୂର୍ଯ୍ୟୋପରାଗ ସମୟରେ ହେତୁବାଦୀ ପରିଚୟ ଦେଇ କେତେଜଣ ବ୍ୟକ୍ତି ଚିକେନ୍‌ ବିରିୟାନୀ ଖାଇବା ସହ ବ୍ରାହ୍ମଣ ସମାଜକୁ ଆକ୍ଷେପ କରି ଅପମାନିତ ମନ୍ତବ୍ୟ ଦେଇଥିବା ଅଭିଯୋଗ ଆଣି ରାଜ୍ୟ ଶାକଦ୍ୱୀପୀ ବ୍ରାହ୍ମଣ ମହାସଂଘ ପୁରୀ ଜିଲା ଶାଖା ପକ୍ଷରୁ ରବିବାର ହେତୁବାଦୀ ସଙ୍ଗଠନ ବିରୋଧରେ ଟାଉନ ଥାନା ଅଧିକାରୀଙ୍କୁ ଏତଲା ଦିଆଯାଇଛି। ମହାସଂଘ ପକ୍ଷରୁ ଅଭିଯୋଗ ପତ୍ରରେ ଦର୍ଶାଯାଇଛି, ଗତ ୨୫ତାରିଖରେ ସୂର୍ଯ୍ୟୋପରାଗ ହୋଇଥିଲା। ଏହି ଦିନ ପରାଗ ସମୟରେ ଓଡ଼ିଶାର ସନାତନ ଧର୍ମର ଲୋକେ ହିନ୍ଦୁ ଶାସ୍ତ୍ର ଏବଂ ଜ୍ୟୋତିର୍ବିଦ୍‌ଙ୍କ ଦ୍ୱାରା ସ୍ଥିରୀକୃତ ସମୟ ଅନୁସାରେ ଦେବନୀତି ଓ ପାକନୀତି ପାଳନ କରିଥିଲେ। କିନ୍ତୁ ହେତୁବାଦୀ ସଙ୍ଗଠନର ସଦସ୍ୟମାନେ ଜ୍ୟୋତିଷ ଶାସ୍ତ୍ର, ବ୍ରାହ୍ମଣ ଓ ହିନ୍ଦୁ ସମାଜକୁ ଆକ୍ଷେପ କରି ଅଶାଳୀନ ମନ୍ତବ୍ୟ ଦେଇଥିଲେ। ସେହିପରି ଉକ୍ତ ଦିନ ସର୍ବସାଧାରଣ ସ୍ଥାନରେ ଚିକେନ ବିରିୟାନୀ ଖାଇ ଗଣମାଧ୍ୟମରେ ଧର୍ମ ବିରୋଧରେ ଅପପ୍ରଚାର କରିଥିଲେ। ଆଗାମୀ ଚନ୍ଦ୍ରଗ୍ରହଣ ଦିନ ସେମାନେ ଏହାର ପୁନରାବୃତ୍ତି କରିବେ ବୋଲି ଧମକପୂର୍ଣ୍ଣ ମନ୍ତବ୍ୟ ଦେଇ ଗଣମାଧ୍ୟମରେ ପ୍ରଚାର କରୁଛନ୍ତି। ତେଣୁ ସେମାନଙ୍କ ବିରୋଧରେ ତୁରନ୍ତ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ମହାସଂଘ ଦାବି କରିଛି। ଏତଲା ଦେବା ସମୟରେ ମହାସଂଘର ସଭାପତି କବିରାଜ ମହାପାତ୍ର ଏବଂ ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri