ଚାନ୍ଦବାଲିରେ ଚାଞ୍ଚଲ୍ୟ: କୁକୁଡ଼ା ଫାର୍ମ ମାଲିକଙ୍କୁ ହତ୍ୟା

ଚାନ୍ଦବାଲି,୧୩।୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ମାଧପୁର ପଞ୍ଚାୟତ ବଙ୍ଗାଳୀପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। କୁକୁଡ଼ା ଫାର୍ମ ମାଲିକଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକ ହେଲେ ଅଜୟ ଗିରି। ତାଙ୍କ ଘର ଭଦ୍ରକ ଜିଲା ଚରମ୍ପାରେ

ମିଳିଥିବା ସୂଚନା ମୁତାବକ, ବର୍ଷେ ହେଲା ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗୀ ଯୋଜନାରେ ବଙ୍ଗାଳୀପଡାରେ ଏକ କୁକୁଡ଼ା ଫାର୍ମକୁ ପାର୍ଟନସିପ୍‌ରେ ଉଭୟ ଅଜୟ ଗିରୀ ଏବଂ ଶୁଭ୍ରାଂଶୁ ସ୍ବାଇଁ ଚଳାଉ ଥିଲେ । ହେଲେ ରବିବାର ରାତିରେ ଅଜୟଙ୍କ ପାର୍ଟନର ଶୁଭ୍ରାଂଶୁ ନିକଟ ବଜାରକୁ ଯାତ୍ରା ଦେଖିବାକୁ ଯାଇଥିଲେ । ଅଜୟ ଫାର୍ମରେ ଥିଲେ l ଭୋର ସାଢେ ୪ଟାରେ ଶୁଭ୍ରାଂଶ ଫାର୍ମକୁ ଫେରିଥିଲେ l ସେତିକିବେଳେ ତାଙ୍କ ପାର୍ଟନର ଅଜୟ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବା ଦେଖିବାକୁ ପାଇଥିଲେ। ପରେ ଫାର୍ମର କର୍ମଚାରୀ ଏବଂ ଶୁଭ୍ରାଂଶୁ ଅଜୟଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଚାନ୍ଦବାଲି ମେଡିକାଲ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଭିଯୋଗ ପରେ ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

ଅନ୍ୟପକ୍ଷେ ଫାର୍ମ କର୍ମଚାରୀ କମଳାକାନ୍ତ ସେଠୀ ସକାଳୁ ଦେଖିବା ବେଳକୁ ସିସିଟିଭି ତାର କଟା ଯାଇଥିବା କହିଛନ୍ତି। ପାର୍ଟନର ଶୁଭ୍ରାଂଶୁ ସ୍ବାଇଁଙ୍କ ଘର କେନ୍ଦ୍ରାପଡ଼ା ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ସାଂଘାତିକ ଧମକ ଦେଲେ ଟ୍ରମ୍ପ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri