Posted inରାଜ୍ୟ

କୁକୁଡ଼ା ଚିଆଁ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ: ଉପକୃତ ହେବେ ୭ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର

ଭୁବନେଶ୍ୱର, ୨।୩(ଅସମାପିକା ସାହୁ)- ଅପପୁଷ୍ଟି ଦୂରୀକରଣ ପାଇଁ ‘ଘରଦୁଆରେ ପୁଷ୍ଟି ଯୋଜନା’ରେ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମ ଆରମ୍ଭ ହୋଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶନିବାର ଭର୍ଚ୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି। ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିବା ବିଭାଗୀୟ ଅଧିକାରୀମାନେ ନିଜ ନିଜ ଜିଲାରେ ଚିହ୍ନଟ ହିତାଧିକାରୀଙ୍କୁ କୁକୁଡ଼ା ଚିଆଁ ବଣ୍ଟନ କରିଥିଲେ।

ଏହି ଅବସରରେ ମନ୍ତ୍ରୀ କହିଛନ୍ତି, ସୁସ୍ଥ ମା’ ଓ ସୁସ୍ଥ ଶିଶୁର ପରିକଳ୍ପନା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ପଦକ୍ଷେପ ସ୍ବରୂପ ‘ଘରଦୁଆରେ ପୁଷ୍ଟି’ ଯୋଜନା ଆରମ୍ଭ କରାଯାଇଛି। ଏଥି ମଧ୍ୟରେ ଚିହ୍ନଟ ହିତାଧିକାରୀ ପରିବାରଙ୍କୁ ଫଳ ଓ ପନିପରିବା ଚାରା ବଣ୍ଟନ ଏବଂ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମ ଅନ୍ତର୍ଭୁକ୍ତ। ଏହି ଯୋଜନାରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ପ୍ରାଣୀଜ ପୁଷ୍ଟିସାର ଯୋଗାଇଦେବା ପାଇଁ କୁକୁଡ଼ା ଚିଆଁ ବଣ୍ଟନ କାରାଯାଉଛି।

ରାଜ୍ୟର ୭ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର ଏହି କାର୍ଯକ୍ରମରେ ଉପକୃତ ହେବେ। ପରିବାର ପ୍ରତି ୫ଟି ୨୮ଦିନିଆ କୁକୁଡ଼ା ଚିଆଁ ବିନା ମୂଲ୍ୟରେ ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୨୪ କୋଟି ଟଙ୍କା ବ୍ୟୟ ହେବ ଏବଂ ଏଥିରୁ ଦୈନିକ ପ୍ରାୟ ୪ ଲକ୍ଷ ୫୦ ହଜାର ଅଣ୍ଡା ଓ ବର୍ଷକୁ ପ୍ରାୟ ୧୬ କୋଟି ଅଣ୍ଡା ଉତ୍ପାଦନ ହୋଇପାରିବ ବୋଲି ମନ୍ତ୍ରୀ କହିଛନ୍ତି।

Image


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ଭାତହାଣ୍ଡିର ଚାଷୀଙ୍କୁ ହତାଦର, ମାସେ ପରେ ବି ମିଳିପାରିନି ଟୋକନ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଆଉ ୨ସପ୍ତାହ ପରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ…

କ୍ଷଣିକରେ ଖୁସି ପାଲଟିଲା ଦୁଃଖ, ରୋଟାଭେଟରରେ କାଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ

ନୀଳଗିରି,୧୬।୬(ପ୍ରଶାନ୍ତ କୁମାର ବିଶ୍ବାଳ): ରୋଟାଭେଟରରେ କାଟି ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ନୂଆ ରୋଟାଭେଟର ଆଣି ଖୁସିରେ ଟ୍ରାଏଲ କରିବା ପରେ ବନ୍ଦକରିବାକୁ ଯାଇ…

ବିଏମ୍‌ସିରେ ବଢୁଛି କୁକୁର କାମୁଡ଼ା, ୨ ମାସରେ….

ଭୁବନେଶ୍ୱର,୧୫।୬ (ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ୨୦୩୦ ସୁଦ୍ଧା ଜଳାତଙ୍କ ମୁକ୍ତ କରିବା ପାଇଁ ଜୋରଦାର ଉଦ୍ୟମ ଚାଲିଛି। ଇତିମଧ୍ୟରେ ବିଏମ୍‌ସି ପକ୍ଷରୁ ୭୫ ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri