Posted inରାଜ୍ୟ

କୁକୁଡ଼ା ଚିଆଁ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ: ଉପକୃତ ହେବେ ୭ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର

ଭୁବନେଶ୍ୱର, ୨।୩(ଅସମାପିକା ସାହୁ)- ଅପପୁଷ୍ଟି ଦୂରୀକରଣ ପାଇଁ ‘ଘରଦୁଆରେ ପୁଷ୍ଟି ଯୋଜନା’ରେ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମ ଆରମ୍ଭ ହୋଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶନିବାର ଭର୍ଚ୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି। ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିବା ବିଭାଗୀୟ ଅଧିକାରୀମାନେ ନିଜ ନିଜ ଜିଲାରେ ଚିହ୍ନଟ ହିତାଧିକାରୀଙ୍କୁ କୁକୁଡ଼ା ଚିଆଁ ବଣ୍ଟନ କରିଥିଲେ।

ଏହି ଅବସରରେ ମନ୍ତ୍ରୀ କହିଛନ୍ତି, ସୁସ୍ଥ ମା’ ଓ ସୁସ୍ଥ ଶିଶୁର ପରିକଳ୍ପନା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ପଦକ୍ଷେପ ସ୍ବରୂପ ‘ଘରଦୁଆରେ ପୁଷ୍ଟି’ ଯୋଜନା ଆରମ୍ଭ କରାଯାଇଛି। ଏଥି ମଧ୍ୟରେ ଚିହ୍ନଟ ହିତାଧିକାରୀ ପରିବାରଙ୍କୁ ଫଳ ଓ ପନିପରିବା ଚାରା ବଣ୍ଟନ ଏବଂ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମ ଅନ୍ତର୍ଭୁକ୍ତ। ଏହି ଯୋଜନାରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ପ୍ରାଣୀଜ ପୁଷ୍ଟିସାର ଯୋଗାଇଦେବା ପାଇଁ କୁକୁଡ଼ା ଚିଆଁ ବଣ୍ଟନ କାରାଯାଉଛି।

ରାଜ୍ୟର ୭ ଲକ୍ଷରୁ ଊର୍ଦ୍ଧ୍ୱ ପରିବାର ଏହି କାର୍ଯକ୍ରମରେ ଉପକୃତ ହେବେ। ପରିବାର ପ୍ରତି ୫ଟି ୨୮ଦିନିଆ କୁକୁଡ଼ା ଚିଆଁ ବିନା ମୂଲ୍ୟରେ ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୨୪ କୋଟି ଟଙ୍କା ବ୍ୟୟ ହେବ ଏବଂ ଏଥିରୁ ଦୈନିକ ପ୍ରାୟ ୪ ଲକ୍ଷ ୫୦ ହଜାର ଅଣ୍ଡା ଓ ବର୍ଷକୁ ପ୍ରାୟ ୧୬ କୋଟି ଅଣ୍ଡା ଉତ୍ପାଦନ ହୋଇପାରିବ ବୋଲି ମନ୍ତ୍ରୀ କହିଛନ୍ତି।

Image


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri