ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ: ମତୁଆଲଗୁଡା ଚାମ୍ପିୟନ

ଜୁନାଗଡ,୬।୧୨(ଡି.ଏନ୍‌.ଏ) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଗୌଡଛେଣ୍ଡିଆ ପଞ୍ଚାୟତ ଅନ୍ତର୍ଗତ ଚିକିଲି ଗଁାରେ ଗତ ନଭେମ୍ବର ୨୫ତାରିଖଠାରୁ ଚାଲିଥିବା ମା’ ଚିକଲେନ ବୁଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ ମତୁଆଲଗୁଡା ଓ ଚିକିଲି ମଧ୍ୟରେ ହୋଇଥିଲା। ମତୁଆଲଗୁଡା ପ୍ରଥମେ ଟସ୍‌ ଜିଣି ବ୍ୟାଟିଂ ନିଷ୍ପତ୍ତି ନେଇ ନିର୍ଦ୍ଧାରିତ ୧୨ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍‌ ସଂଗ୍ରହ କରିଥିଲା। ଜବାବ୍‌ରେ ଚିକିଲି ଦଳ ୧୨ ଓଭରରେ ୯ ଉଇକେଟ ହରାଇ ୧୭୮ ରନ୍‌ କରି ପରାଜିତ ହୋଇଥିଲା। ମ୍ୟାନ ଅଫ୍‌ ଦ ମ୍ୟାଚ ମତୁଆଲଗୁଡା ଦଳର ଆଦର୍ଶ ପ୍ରହରାଜ ଓ ମ୍ୟାନ ଅଫ୍‌ ଦ ସିରିଜଭାବେ ଚିକଲି ଦଳର ପବିତ୍ର ନାଗ ବିବେଚିତ ହୋଇଥିଲେ। ଫାଇନାଲ ଖେଳକୁ ରାଜୁ ନିଆଲ ଓ ସଞ୍ଜୟ ନାଗ ପରିଚାଳନା କରିଥିଲେ। ସ୍କୋରର ଦାୟିତ୍ୱ ନିର୍ବାହ କରିଥିଲେ ସରୋଜ କୁମାର ନିଆଲ। ଟୁର୍ନାମେଣ୍ଟ ଆୟୋଜନ କମିଟି ଆବାହକ ଦେବେନ୍ଦ୍ର ଦୁର୍ଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥିଭାବେ ଜୁନାଗଡ ବିଧାୟକ ତଥା ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ସମ୍ମାନୀତ ଅତିଥିଭାବେ ପୂର୍ବତନ ଭବାନୀପାଟଣା ପୌରାଧ୍ୟକ୍ଷ ଆଦିତ୍ୟ ପ୍ରସାଦ ନନ୍ଦ, ଶକ୍ତିମନ୍ତ୍ରୀଙ୍କ ରାଜନୈତିକ ସଚିବ ଦିନେଶ କୁମାର ବଗର୍ତ୍ତୀ, ସ୍ଥାନୀୟ ସରପଞ୍ଚ ମଞ୍ଜୁଲା ହାତୀ, ପୂର୍ବତନ ସରପଞ୍ଚ ମନିଷା ସାହୁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ପ୍ରମୋଦ ବେହେରା, ବିଶ୍ୱନାଥ କର, ଚିତ୍ତରଞ୍ଜନ ନିଆଲ, ସନ୍ତୋଷ କୁମାର ମୁଣ୍ଡ, କାର୍ତ୍ତିକେଶ୍ୱର ଭଞ୍ଜ, ଲକ୍ଷ୍ମୀକାନ୍ତ ବେହେରା, ଗୋପୀନାଥ ନାଗ, ଟିକଚନ୍ଦ ନାଗ ପ୍ରମୁଖ ଉପସ୍ଥିତ ଥିଲେ। ପଦ୍ମ କିଶୋର ଦୁର୍ଗା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର

ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?