ଦେଓମାଳୀ, କୋଟିଆରେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର, (ବ୍ୟୁରୋ)/ପଟାଙ୍ଗୀ (ଡି.ଏନ୍‌.ଏ.), ୨୭ା୨:ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲାର ଦେଓମାଳୀ ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଦେଓମାଳୀ ଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହ ଚାରା ରୋପଣ କରିଛନ୍ତି। ସେହିଭଳି କୋଟିଆରେ ସରକାରଙ୍କ ପକ୍ଷରୁ ଜାରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଛନ୍ତି।
ମୁଖ୍ୟ ଶାସନ ସଚିବ ମହାପାତ୍ର ପ୍ରଥମେ କୋଟିଆ ପଞ୍ଚାୟତର ଦେଓମାଳି ପର୍ଯ୍ୟଟନସ୍ଥଳରେ ପହଞ୍ଚି ନିର୍ମାଣାଧୀନ କାର୍ଯ୍ୟ ତଦାରଖ କରିଥିଲେ। ଦେଓମାଳି କିପରି ପର୍ଯ୍ୟଟକଙ୍କ ପାଇଁ ଉତ୍କୃଷ୍ଟ ସ୍ଥାନ ହୋଇପାରିବ ସେନେଇ ଜିଲାର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ପରେ ଜନୈକ ବାସନା ଗେମେଲଙ୍କ ଦ୍ବାରା ଷ୍ଟ୍ରବେରୀ ଚାଷ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ମହୁ ମାଛି ଚାଷ ବୁଲି ଦେଖିବା ସହ ଆବଶ୍ୟକ ପ୍ରୋତ୍ସାହନ ଦେବା ପାଇଁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ସେଠାରେ ଏକ ଫରେଷ୍ଟ ଗେଷ୍ଟ ହାଉସ ଓ ଶୀତଳ ଭଣ୍ତାରର ଉଦଘାଟନ ମଧ୍ୟ କରିଛନ୍ତି। ରଣାସିଂ ଅଞ୍ଚଳରେ ଅଙ୍ଗନୱାଡି କେନ୍ଦ୍ର ଶୁଭ ଉଦଘାଟନ କରିବା ସହ ପିଲାମାନଙ୍କୁ ପୋଷାକ ଓ ପାଠ୍ୟ ଉପକରଣ ବଣ୍ଟନ କରିଛନ୍ତି।
ସେହିଭଳି ସେମିଲିଗୁଡା ବ୍ଲକର ରାଜପୁଟ ଠାରେ ମିଶନ ଶକ୍ତି ଦ୍ବାରା ପରିଚାଳିତ ଏକ ମିଲେଟ ପ୍ରୋସେଙ୍ଗି ୟୁନିଟର ମଧ୍ୟ ତାଙ୍କ ଦ୍ୱାରା ଉଦଘାଟନ କରାଯାଇଛି। ଗାଲିଗାବଦର ଠାରେ ୱାଟରପୁଲ ବୁଲି ଦେଖିବା ସହ ଏହାକୁ ସଠିକ ଭାବେ ପରିଚାଳନା କରିବାକୁ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ସେ ପରାମର୍ଶ ଦେଇଛନ୍ତି। ସେଠାରେ ଏକ ଇକୋ ରିସୋର୍ଟ ର୍ନିମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏତଦବ୍ୟତୀତ ସରକାରଙ୍କ ପକ୍ଷରୁ ଜିଲାରେ ଯାରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଅଧିକାରୀମାନଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଏହି ଗସ୍ତ ସମୟରେ ଜିଲାପାଳ ଅବଦ୍ଦଲ ଏମ୍‌ ଅକତାର, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ର୍ନିବାହୀ ଅଧିକାରୀ ଗୌରବ ଶିବାଜୀ ଇସଲୱାର, ଆଇ.ଟି.ଡି.ଏର କାରୁ ସୋରେନ, ଉପ ଜିଲାପାଳ ବେଣୁଧର ଶବର, ଡିଏଫଓ ଅମିତାରାଣୀ ରୟ, ପଟ୍ଟାଙ୍ଗି ବିଡଓ ସୌମ୍ୟ ସାର୍ଥକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri