ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀଗଣ, ଯନ୍ତ୍ରୀ ଏବଂ ସମସ୍ତ ଉପବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟ ପ୍ରଶାସକ ବୈଠକରେ ରତ୍ନଭଣ୍ଡାରରେ ଗଚ୍ଛିତ ମୂଲ୍ୟବାନ ସାମଗ୍ରୀର ଡିଜିଟାଇଜେଶନ, ଡିଜିଟାଲ ହୁଣ୍ଡି, ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ବ୍ୟାଟେରୀ ଚାଳିତ ଯାନ, ଶ୍ରୀମନ୍ଦିର ପତ୍ରିକାର କାର୍ତ୍ତିକ ବିଶେଷାଙ୍କ, ଶ୍ରୀମନ୍ଦିର ସଂକ୍ରାନ୍ତ ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟ ଇତ୍ୟାଦି ବିଷୟରେ ସମୀକ୍ଷା କରିଛନ୍ତି ଏବଂ ଏହାସହ ଶ୍ରୀଜଗନ୍ନାଥ ମନ୍ଦିର ଭୂମି ପରିଚାଳନା ଆଇନରେ ନୂତନ ଭାବେ ହୋଇଥିବା ସଦ୍ୟ ସଂଶୋଧନ ସମ୍ପର୍କରେ ଅଧିକାରୀମାନଙ୍କୁ ଅବଗତ କରାଇଥିଲେ। ଶ୍ରୀମନ୍ଦିର ରେଡିଓ ଏବଂ ୟୁଟ୍ୟୁବ୍‌ ଷ୍ଟୁଡିଓ ସଂସ୍ଥାପନ ଏବଂ ଶ୍ରୀବିଗ୍ରହଙ୍କ ତିନି ରଥର ଅଂଶଗୁଡ଼ିକର ନିଲାମ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଛି। ଏହା ସହ ଆସନ୍ତା ୨୬ ସେପ୍ଟେମ୍ବରରେ ହେବାକୁ ଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକର ଆଲୋଚ୍ୟ ବିଷୟବସ୍ତୁ ସମ୍ପର୍କରେ ଆଲୋଚନା କରାଯାଇଛି। ବୈଠକ ପରେ ମୁଖ୍ୟ ପ୍ରଶାସକଙ୍କ ସମେତ ବରିଷ୍ଠ ଅଧିକାରୀଗଣ ଏବଂ ପୂର୍ତ୍ତ ବିଭାଗ ଟିମ୍‌ ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ କରି ସେଠାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ। ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ଦିବ୍ୟାଙ୍ଗଙ୍କ ପାଇଁ ରାମ୍ପ, ରୋଷ ଘର ଉନ୍ନତିକରଣ, ସୌନ୍ଦର୍ଯ୍ୟକରଣ, ଶ୍ରଦ୍ଧାଳୁଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା, ପ୍ରବେଶ ଓ ପ୍ରସ୍ଥାନ ମାର୍ଗ, ଦାନବାକ୍ସ ଗଣତି ପାଇଁ ସିସିଟିଭି ସଂସ୍ଥାପନ ଏବଂ ବିଭିନ୍ନ ସ୍ଥାନରେ ତଥ୍ୟ ସମ୍ବଳିତ ସୂଚନା ଫଳକ ଇତ୍ୟାଦି ବିଷୟରେ ଅଧିକାରୀମାନେ ଆଲୋଚନା କରିଥିଲେ। ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବା ସହ ଖୁବଶୀଘ୍ର ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତମାନଙ୍କ ପାଇଁ ଖୋଲିବାକୁ ବ୍ୟବସ୍ଥା କରାଯାଉଛି ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?