ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି

ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍‌ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମବିବାରେ ଲାଗିଛି।

ଶୁକ୍ରବାର ସକାଳ ସୁଦ୍ଧା ଭିଜିଲାନ୍ସ ସୂଚନା ମୁତାବକ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ ଏବଂ ଉତ୍ତରପ୍ରଦେଶ ମଥୁରାର ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ଦୁଇଟି ମିଶାଇ ମୋଟ୍ ୩୬ଟି ପ୍ଲଟ୍ ରହିଛି। ଏଥିସହିତ ୨.୨୬ କୋଟି ଟଙ୍କା ଜମା ଆକାରରେ ଭିଜିଲାନ୍ସ ପାଇଛି। ବିଭିନ୍ନ ବୀମା କମ୍ପାନୀଗୁଡିକରେ ରାଉତ ୧.୮୬ କୋଟି ଟଙ୍କା ନିବେଶ କରିଛନ୍ତି। ତେବେ ବ୍ୟାଙ୍କରେ ୪୦.୩୯ ଲକ୍ଷ ଟଙ୍କା ଜମା ଆକାରରେ ରହିଛି। ଏପର୍ଯ୍ୟନ୍ତ ଆକଳନ କରାଯାଇଥିବା ମୋଟ ଜମା ୨୨, ୦୦୦ କୋଟିରୁ ଅଧିକ ହେବ। ଏବେ ଭିଜିଲାନ୍ସ ଶେୟାର ଏବଂ ଅନ୍ୟାନ୍ୟ ଆର୍ଥିକ ଉପକରଣରେ ବିନିଯୋଗର ଅଧିକ ବିବରଣୀ ଯାଞ୍ଚ କରୁଥିବା କହିଛି

ଢେଙ୍କାନାଳରର ସପ୍ତଶଯ୍ୟାରେ୮ ଏକର ଜମିରୁ ଅଧିକ ଜମିରେ ଥିବା ଫାର୍ମ ହାଉସ୍ ମଧ୍ୟରେ ଅପର୍ଯ୍ୟାପ୍ତ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଫାର୍ମ ହାଉସ୍ ଭିତରେ ଦୁଇ ମହଲା ବିଶିଷ୍ଟ ଏକ ବିଳାସପୂର୍ଣ୍ଣ ଘର। ୨୧୨୩ ବର୍ଗଫୁଟର ଗୋଟିଏ କୁକୁଡ଼ା ଫାର୍ମ। ​​ଯେଉଁଠାରେ ପ୍ରାୟ ୧୦୦୦ ସଂଖ୍ୟକ ଦେଶ କୁକୁଡ଼ା ଏବଂ ବତକ ଅଛନ୍ତି। ୨୫୫୦ ବର୍ଗଫୁଟର ଗୋଟିଏ ଗାଈ ଫର୍ମ। ଯେଉଁଠାରେ ୪୫ ଗାଈ ଏବଂ ୨୫ ବାଛୁରୀ ଅଛନ୍ତି। ତେବେ ଫାର୍ମ ହାଉସରେ ଅମାପ ସମ୍ପତ୍ତିର ଠାବ ହୋଇଥିବାରୁ ଏହି ପରିପ୍ରେକ୍ଷୀରେ ଭେଟେରାନାରୀ ଅଧିକାରୀଙ୍କ ସହାୟତା ଲୋଡିଛନ୍ତି ଭଜିଳାନ୍ସ ଅଧିକାରୀ।

ତେବେ ଭିଜିଲାନ୍ସ ଅଧିକାରୀ ଯାହା ସୂଚନା ଦେଇଛନ୍ତି ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଲକର ଏପର୍ଯ୍ୟନ୍ତ ଖୋଲାଯାଇନାହିଁ।

ତେବେ ଗୁରୁବାର ଭିଜିଲାନ୍ସର ୯ଟି ଟିମ୍‌ ସୁନୀଲଙ୍କ ଘର ସମେତ ଭୁବନେଶ୍ୱର, ବଲାଙ୍ଗୀର, ପୁରୀ, ଅନୁଗୋଳ, କଟକର ୯ ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି। ଏହି ସ୍ଥାନ ମଧ୍ୟରେ ସୁନୀଲଙ୍କ କଟକ ଗୁରୁଡିଝାଟିଆସ୍ଥିତ ପୈତୃକ ଘର, ଅନୁଗୋଳ କିଶୋରନଗରସ୍ଥିତ ପୁଅଙ୍କ ଘର, ଢେଙ୍କାନାଳ ଜିଲା ସଦର ଥାନା ସପ୍ତଶଯ୍ୟା ପଡା ଗ୍ରାମରେ ଥିବା ହରେକୃଷ୍ଣ ନର୍ସରି ଓ ୮ ଏକର ବିଶିଷ୍ଟ ଫାର୍ମ ହାଉସ, ନୟାପଲ୍ଲୀସ୍ଥିତ ସମ୍ପର୍କୀୟଙ୍କ ଘର, ବଲାଙ୍ଗୀରସ୍ଥିତ ବାସଭବନ ଓ ଅଫିସ ଚାମ୍ବର ଆଦି ରହିଛି। ତେବେ ଚଢ଼ାଉ ସମୟରେ ଭିଜିଲାନ୍ସ ସୁନୀଲଙ୍କ ବିପୁଳ ସମ୍ପତ୍ତି ଠାବ କରିଛି। କଟକ, ଭୁବନେଶ୍ୱର, ପୁରୀ ଓ ଢେଙ୍କାନାଳରେ ମୋଟ୍‌ ୩୪ଟି ପ୍ଲଟ୍‌ ରହିଛି। ୩୪ଟି ପ୍ଲଟ୍‌ ମଧ୍ୟରୁ ଭୁବନେଶ୍ୱରରେ ୫, ପୁରୀରେ ୩, କଟକରେ ୧୯ ଓ ଢେଙ୍କାନାଳରେ ୭ ପ୍ଲଟ୍‌ ରହିଛି।

ସେହିପରି ଭୁବନେଶ୍ୱର ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାରସ୍ଥିତ ପ୍ଲଟ୍‌ ନଂ.୯୦ରେ ଥିବା ଗୋଟିଏ ୩ ମହଲା କୋଠା, ନୟାପଲ୍ଲୀ ନୀଳକଣ୍ଠ ନଗରସ୍ଥିତ ପ୍ଲଟ୍‌ ନଂ. ୪୯୪ରେ ଥିବା ଗୋଟିଏ ଦୁଇ ମହଲା କୋଠା, ପୁରୀ ଜିଲା ଶ୍ରୀକ୍ଷେତ୍ର ଭକ୍ତ ନିବାସ ବ୍ଲକ୍‌-ଜେ ଗ୍ରାଉଣ୍ଡ୍‌ ଫ୍ଲୋର୍‌ରେ ଥିବା ୨ ବିଏଚ୍‌କେ ଫ୍ଲାଟ୍‌ (ନଂ.୦୦୨), ପୁରୀ ଭିଆଇପି ରୋଡ୍‌ସ୍ଥିତ କ୍ରୀଷ୍ଣାଧାମ ଆପାର୍ଟମେଣ୍ଟରେ ଏକ ଓ୍ବାନ୍‌ ବିଏଚ୍‌କେ ଫ୍ଲାଟ୍‌ (ନଂ.ସି/୧୦୪) ଠାବ ହୋଇଛି। ଏସବୁ ସମ୍ପତ୍ତିର ପ୍ରକୃତ ମୂଲ୍ୟ ଜାଣିବାକୁ ଭିଜିଲାନ୍ସ ଟେକ୍ନିକାଲ୍‌ ଉଇଙ୍ଗ୍‌ ପ୍ରୟାସ ଜାରି ରଖିଛି। ଏଥିସହ ତାଙ୍କ ଘରୁ ୨ ଲକ୍ଷ ୩୪ ହଜାର ୧୨୦ ଟଙ୍କା, ୧୭୬ ଗ୍ରାମର ସୁନା ଅଳଙ୍କାର, ୫୦୦ ଗ୍ରାମର ରୁପା ଅଳଙ୍କାର ଠାବ ହୋଇଛି।

ସେହିପରି ୩୭ ଲକ୍ଷ ୩୬ ହଜାର ୫୯୭ ଟଙ୍କାର ଗୋଟିଏ ଟ୍ରକ୍‌ (ଟାଟା ଏଲ୍‌ପିଟି), ୨ଟି ବେନାମୀ ଚାରିଚକିଆ ଯାନ (ହ୍ୟୁଣ୍ଡାଇ କ୍ରେଟା/ମହିନ୍ଦ୍ରା ଥର୍‌) ଓ ୪ଟି ବାଇକ ଏବଂ ୧୫ ଲକ୍ଷ ଟଙ୍କାର ଘରୋଇ ଉପକରଣକୁ ହିସାବ କରାଯାଇଛି। ଢେଙ୍କାନାଳ ଫାର୍ମ ହାଉସରେ ଗୋଟିଏ ୨ ମହଲା ବିଶିଷ୍ଟ କୋଠାଘର ରହିଥିବାବେଳେ ସେଥିରେ ବହୁ ମୂଲ୍ୟ ଟଙ୍କାର ଜିନିଷପତ୍ର ରହିଛି। ସେହିପରି ୭୧ ଗୋରୁ ଓ ବଡ଼ କୁକୁଡା ଫାର୍ମ ରହିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ୱାରେଣ୍ଟ ବଳରେ ହେଉଥିବା ଏହି ଚଢ଼ାଉରେ ଭିଜିଲାନ୍ସର ୯ ଟିମ୍‌୍‌ରେ ୨ ଅତିରିକ୍ତ ଏସ୍‌ପି, ୮ ଡିଏସ୍‌ପି, ୬ ଇନ୍ସପେକ୍ଟର, ୧୦ ଏଏସ୍‌ଆଇ ଏବଂ ଅନ୍ୟ କର୍ମଚାରୀ ନିୟୋଜିତ ଅଛନ୍ତି। ଚଢ଼ାଉ ଜାରି ରହିଥିବାବେଳେ ସୁନୀଲଙ୍କୁ ସମ୍ପତ୍ତି ସଂକ୍ରାନ୍ତରେ ଅଧିକ ପଚରାଉଚରା କରାଯାଉଛି। ଚଢ଼ାଉ ଓ ଯାଞ୍ଚ ସରିବା ପରେ ସମ୍ପତ୍ତିର ପରିମାଣ ଆହୁରି ବଢ଼ିପାରେ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ସୁନୀଲ ବର୍ଷେରୁ ଊର୍ଦ୍ଧ୍ୱ ସମୟ ହେବ ଲୋୟର ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ତାଙ୍କ ସମୟରେ ଗତ ଜାନୁୟାରୀ ୩ରେ ୨୭୨୩ କୋଟି ଟଙ୍କାରେ ନିର୍ମିତ ଲୋୟର ସୁକ୍‌ତେଲ ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିଲା। ଏହି ପ୍ରକଳ୍ପ କାର୍ଯ୍ୟରେ ସୁନୀଲ ଦୁର୍ନୀତି କରିଥିବା ସନ୍ଦେହ କରାଯାଉଥିବାରୁ ଏ ଦିଗକୁ ମଧ୍ୟ ଭିଜିଲାନ୍ସ ଅଧିକାରୀମାନେ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?