ପିଆଇବିର ପ୍ରମୁଖ ମହାନିର୍ଦ୍ଦେଶକ ଦାୟିତ୍ୱ ନେଲେ ଶେଫାଳି ଶରଣ

ଭୁବନେଶ୍ୱର, ୨।୪, (ଅସମାପିକା ସାହୁ): ମନୀଷ ଦେଶାଇଙ୍କ ଅବସର ପରେ ଶେଫାଳି ବି ଶରଣ ସୋମବାର ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶରଣ ୧୯୯୦ ବ୍ୟାଚ୍‌ର ଭାରତୀୟ ସୂଚନା ସେବା ଅଧିକାରୀ। ତିନି ଦଶନ୍ଧିରୁ ଅଧିକ ସମୟ ଧରି ସେ ଅର୍ଥ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଭଳି ବିଭିନ୍ନ ମନ୍ତ୍ରଣାଳୟ ପାଇଁ ପତ୍ର ସୂଚନା କାର୍ଯ୍ୟାଳୟ ଅଧିକାରୀ ଭାବରେ ମୁଖ୍ୟତଃ ଗଣମାଧ୍ୟମ ପ୍ରଚାର ଦାୟିତ୍ୱ ତୁଲାଇଛନ୍ତି। ସେ ଭାରତୀୟ ନିର୍ବାଚନ ଆୟୋଗଙ୍କ ମୁଖପାତ୍ର ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି। ଏହା ବ୍ୟତୀତ ସେ କେନ୍ଦ୍ରୀୟ କର୍ମଚାରୀ ନିଯୁକ୍ତି ଯୋଜନା ଡେପୁଟେଶନରେ ୨୦୦୨ରୁ ୨୦୦୭ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ(ପାରମ୍ପରିକ ଚିକିତ୍ସା ପଦ୍ଧତି/ଆୟୁଷ ବିଭାଗ) ଏବଂ ୨୦୧୩ରୁ ୨୦୧୭ ପର୍ଯ୍ୟନ୍ତ ଅର୍ଥ ମନ୍ତ୍ରଣାଳୟ(ଆର୍ଥିକ ବ୍ୟାପାର ବିଭାଗ)ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି। ସେହିପରି ସେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସୂଚନା ନୀତି ବିଭାଗରେ ଓଏସ୍‌ଡି କ୍ୟାଡର ପଦବୀରେ କାର୍ଯ୍ୟ କରିବା ସହିତ ୨୦୦୭-୨୦୦୮ ପର୍ଯ୍ୟନ୍ତ ଏଲ୍‌ଏସ୍‌ଟିଭି, ଲୋକସଭା ସଚିବାଳୟର ପ୍ରଶାସନିକ ଓ ଅର୍ଥ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି। ତେବେ ନୂଆ ଦାୟିତ୍ୱ ଗ୍ରହଣ କରିବା ପରେ ଶରଣଙ୍କୁ ପତ୍ର ସୂଚନା କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri