ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ ବ୍ୟୋମକେଶ ମିଶ୍ର ବୁଧବାର ବନ୍ଧା ହୋଇଥିଲେ। ମାମଲା ନଂ. ୮/୨୬ରେ ଭିଜିଲାନ୍ସ ତାଙ୍କୁ ଗୁରୁବାର ସ୍ବତନ୍ତ୍ର ଜଜ୍‌ ଜ୍ଞାନେନ୍ଦ୍ର କୁମାର ବାରିକଙ୍କ କୋର୍ଟରେ ହଜାର କରିଥିଲା। ତାଙ୍କ ଜାମିନ ପାଇଁ କୋର୍ଟରେ ଆବେଦନ କରାଯାଇଥିଲା। ଜଜ୍‌ ଏହାର ଶୁଣାଣି କରି ଜାମିନ ଆବେଦନ ଖାରଜ କରିଥିଲେ। ଏହାପରେ ଅଭିଯୁକ୍ତ ବ୍ୟୋମକେଶଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ବୋଲି ସ୍ବତନ୍ତ୍ର ପିପି ସୁରେନ୍ଦ୍ର ପଣ୍ଡା କହିଛନ୍ତି।

ଅନ୍ୟପଟେ ଭିଜିଲାନ୍ସ ଟିମ୍‌ ବ୍ୟୋମକେଶଙ୍କ ଆୟବହିର୍ଭୂତ ସମ୍ପତ୍ତି ଠାବ କରିବା ପାଇଁ କଟକ, ପୁରୀ ଓ ଭୁବନେଶ୍ୱରସ୍ଥିତ ତାଙ୍କ ଘରେ ଚଢ଼ାଉ ଜାରି ରଖିଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଅଧୀନରେ ସମନ୍ବିତ କୃଷି ବ୍ୟବସ୍ଥା ପାଇଁ କୁକୁଡ଼ା ଫାର୍ମ କରିବାକୁ ହିଞ୍ଜିଳିକାଟୁର ସୁଶାନ୍ତ ପଣ୍ଡା ଆବେଦନ କରିଥିଲେ। ୪୯ ଲକ୍ଷ ୬୭ହଜାର ୩୨୪ ଟଙ୍କା ଋଣ ମଞ୍ଜୁର ହୋଇଥିଲା। ହେଲେ ଉକ୍ତ ଋଣ ବାବଦକୁ ସବସିଡି ରାଶି ଛାଡିବା ନିମନ୍ତେ ଫାଇଲ ପ୍ରୋସେସ କରିବା ପାଇଁ ଜିଲା କୃଷି ଅଧିକାରୀ ମିଶ୍ର ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ହିତାଧିକାରୀ ଜଣକ ଏହି ସମ୍ପର୍କରେ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri