ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।
ରବିବାର କାର୍ଯ୍ୟକ୍ରମ- ରବିବାର ଜ୍ଞାନେଶ କୁମାର ରଘୁରାଜପୁର, ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟ ନିର୍ବାଚନ କମିଶନର ସୋମବାର ଅପରାହ୍ନ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମଠାରେ ବୁଥ୍‌ସ୍ତରୀୟ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ ଦେବେ। ସେହିଦିନ ରାତିରେ ସେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

 

Dharitri – Odisha’s No.1 Odia Daily

Share