ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ ନିର୍ବାଚନ କମିଶନ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ପ୍ରଥମେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ରତ୍ନସିଂହାସନରେ  ଶ୍ରୀ ବିଗ୍ରହଙ୍କ ଦର୍ଶନ କରିଛନ୍ତି । ଶନିବାର ପ୍ରାୟ ପୂର୍ବାହ୍ନ ୧୧  ସମୟରେ ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ମୁଖ୍ୟ ନିର୍ବାଚନ କମିଶନ ଓ ତାଙ୍କ ପତ୍ନୀ ପହଞ୍ଚିବା ପରେ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ, ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପ୍ରତୀକ ସିଂ  ସହିତ ଶ୍ରୀମନ୍ଦିର ପରିଚାଳନା କମିଟିର ସେବାୟତ ମାନେ ତାଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ। ମୁଖ୍ୟ ନିର୍ବାଚନ କମିଶନ ସ୍ବପତ୍ନୀକ ଶ୍ରୀ ମନ୍ଦିର ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ଯାଇ ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ବେଶ୍ ଭାବ ବିଭୋର ହୋଇଥିଲେ। ପରେ ଶ୍ରୀମନ୍ଦିର ଭିତରେ ବେଢ଼ାରେ ଥିବା ମା ବିମଳା, ଲକ୍ଷ୍ମୀଙ୍କ ସହିତ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଥିଲେ। ତେବେ ଦର୍ଶନ ସାରି ଫେରିବା ପରେ ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇ କହିଛନ୍ତି କି ମୁଁ ମୋ ପରିବାର ସହିତ ଆଜି ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଲି। ମହାପ୍ରଭୁଙ୍କ ଆଶୀର୍ବାଦ ଯୋଗୁ ଏହା ଆଜି ମୋ ପାଇଁ ଶୁଭ ଅବସର ହୋଇପାରିଛି। ଓଡ଼ିଶାର କଳା, ସଂସ୍କୃତି ଓ ଭାଷା ଭାରତର ସବୁଠାରୁ ପ୍ରାଚୀନ କଳା। ଏହା ବିଷୟରେ ବୁଝିବା ଏବଂ ଜାଣିବାର ସୁଯୋଗ ମତେ ମିଳିଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି ବୋଲି ମୁଖ୍ୟ ନିର୍ବାଚନ କମିଶନ କହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri