ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା ଦାସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଚରମ ଅବହେଳା, ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶକୁ ଅବଜ୍ଞା ଏବଂ ଶୃଙ୍ଖଳାଗତ ତ୍ରୁଟି ଅଭିଯୋଗରେ ତାଙ୍କୁ ତୁରନ୍ତ ସରକାରୀ ସେବାରୁ ନିଲମ୍ବନ (ସସପେଣ୍ଡ) କରିବାକୁ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଆର୍‌. ଏସ. ଗୋପାଳନ ଚିଠି ଲେଖି ମୟୂରଭଞ୍ଜ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୟୂରଭଞ୍ଜ ଅତିରିକ୍ତ ଜିଲାପାଳ ତଥା ବଡସାହି ନିର୍ବାଚନ ପଞ୍ଜୀକରଣ ଅଧିକାରୀ (ଇଆରଓ)ଦୁଃଖବନ୍ଧୁ ନାୟକଙ୍କ ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସୂଚନା ଅନୁଯାୟୀ, ଆସନ୍ତା ’ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (ଏସଆଇଆର-୨୦୨୬) କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ଗତ ୨୩ ମେ ରେ ଆୟୋଜିତ ଭର୍ଚ୍ଚୁଆଲ ଟ୍ରେନିଂରେ ଶ୍ରୀମତୀ ଦାସ ଅନୁପସ୍ଥିତ ଥିଲେ । ଏଥିପାଇଁ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲେ ମଧ୍ୟ ସେ କୌଣସି ଜବାବ ଦେଇନଥିଲେ ଯାହା ତାଙ୍କର ସରକାରୀ ନିୟମ ପ୍ରତି ଉଦାସୀନତାକୁ ଦର୍ଶାଉଛି । ଏହାଛଡ଼ା ମେ’ ୨୬ ଓ ୨୭ ତାରିଖରେ ବିଏଲଓ ଏବଂ ବିଏଲଓ ସୁପରଭାଇଜରମାନଙ୍କ ପାଇଁ ଉଦ୍ଦିଷ୍ଟ ପ୍ରଶିକ୍ଷଣ ଶିବିର ଆୟୋଜନ କରିବାରେ ସେ ବିଫଳ ହେବା ସହ ଉପରିସ୍ଥ ଅଧିକାରୀଙ୍କ ବିନା ଅନୁମତିରେ ନିଜ ମନମୁଖୀ ଭାବେ ଏହି କାର୍ଯ୍ୟକ୍ରମକୁ ଘୁଞ୍ଚାଇ ଦେଇଥିଲେ । କେବଳ ସେତିକି ନୁହେଁ ମେ’ ୨୫ ଓ ୨୬ ତାରିଖରେ ଛୁଟି ଆରମ୍ଭ ଦିନ ହିଁ ସେ କାଜୁଆଲ ଲିଭ (ସିଏଲ) ପାଇଁ ଆବେଦନ କରିଥିଲେ ଏବଂ ମେ’ ୨୮ ତାରିଖରେ ବିନା କୌଣସି ପୂର୍ବ ସୂଚନାରେ କାର୍ଯ୍ୟରୁ ଅନୁପସ୍ଥିତ ରହିଥିଲେ, ଯାହା ପ୍ରଶାସନିକ ଶୃଙ୍ଖଳାର ସମ୍ପୂର୍ଣ୍ଣ ବିରୋଧୀ ଅଟେ। ତାଙ୍କର ଏଭଳି ବାରମ୍ବାର ଅନୁପସ୍ଥିତି ଓ ମନମୁଖୀ କାର୍ଯ୍ୟକଳାପ ଯୋଗୁ ବଡ଼ସାହି ବ୍ଲକରେ ଏସଆଇଆର-୨୦୨୬ କାର୍ଯ୍ୟକ୍ରମ ବାଧାପ୍ରାପ୍ତ ହେବାର ଆଶଙ୍କା ଦେଖାଦେଇଛି। ଜଣେ ଦାୟିତ୍ୱବାନ ସରକାରୀ ଅଧିକାରୀ ଭାବେ ନିଜ କର୍ତ୍ତବ୍ୟ ନିଷ୍ଠାର ସହ ସମ୍ପାଦନ ନକରିବା ଏବଂ ଓଡ଼ିଶା ସରକାରୀ କର୍ମଚାରୀ ଆଚରଣ ବିଧି, ୧୯୫୯ ର ଉଲ୍ଲଂଘନ କରିଥିବା ଯୋଗୁଁ ତାଙ୍କୁ ଓଡ଼ିଶା ସିଭିଲ ସର୍ଭିସେସ (ସିସିଏଣ୍ଡଏ) ରୁଲ୍ସ, ୧୯୨ ଅନୁଯାୟୀ ତୁରନ୍ତ ନିଲମ୍ବନ କରିବାକୁ ଏହି ଚିଠିରେ ସ୍ପଷ୍ଟ କରାଯାଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନ କଲେ ଉଦୟ ନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ ଡେବ୍ୟୁ କରିବେ ମଲାଇକା-ଅରବାଜଙ୍କ ପୁଅ ଅରହାନ୍‌, ଜବରଦସ୍ତ ଆକ୍ସନ ସିନେମାରେ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri