Posted inଜାତୀୟ

ଶତାୟୁ ଭୋଟରଙ୍କ ଉଦ୍ଦେଶ୍ୟରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଚିଠି,ନିର୍ବାଚନରେ ଅଂଶଗ୍ରହଣ ପାଇଁ ଜଣାଇଲେ କୃତଜ୍ଞତା…

ନୂଆଦିଲ୍ଲୀ,୧।୧୦ : ଶନିବାର ବୟସ୍କ ବ୍ୟକ୍ତିଙ୍କ ଅନ୍ତର୍ଜାତୀୟ ଦିବସ ଅବସରରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ନିର୍ବାଚନ ପ୍ରକ୍ରିୟାରେ ଅବଦାନ ପାଇଁ ସାରା ଦେଶରେ ଅଢ଼େଇ ଲକ୍ଷରୁ ଅଧିକ ଶତାୟୁ ଭୋଟରଙ୍କୁ ଚିଠି ଲେଖି କୃତଜ୍ଞତା ଜଣାଇଛନ୍ତି। ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ଦେଶରେ ୧୦୦ ବର୍ଷରୁ ଅଧିକ ବୟସର ଅଢ଼େଇ ଲକ୍ଷରୁ ଅଧିକ ଭୋଟର ଥିବାବେଳେ ୮୦ ବର୍ଷରୁ ଅଧିକ ବୟସର ପ୍ରାୟ ୧୮କୋଟି ଭୋଟର ଅଛନ୍ତି।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏହି ଚିଠିରେ ଲେଖିଛନ୍ତି ଯେ ଆପଣଙ୍କ ପରି ଦାୟିତ୍ୱବାନ ବୃଦ୍ଧ ଭୋଟରଙ୍କ କାରଣରୁ ଆମେ ଗଣତାନ୍ତ୍ରିକ ଦେଶ ଭାବରେ ଉନ୍ନତି କରୁଛୁ ଏବଂ ବିଶ୍ୱକୁ ପରାସ୍ତ କରୁଛୁ। ଶତାୟୁ ଭୋଟରଙ୍କୁ କୃତଜ୍ଞତା ଜଣାଇ ସମସ୍ତ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି ପଠାଯାଇଛି। ଏହି ଚିଠିଗୁଡିକ ସମସ୍ତ ଶତାୟୁ ଭୋଟରଙ୍କୁ ହସ୍ତାନ୍ତର କରାଯିବ।

ରାଜୀବ କୁମାର କହିଛନ୍ତି ଯେ ବୃଦ୍ଧ ଭୋଟରମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ଭାଗ ନେବାକୁ ସେମାନଙ୍କର ନିରନ୍ତର ଉତ୍ସାହ ମାଧ୍ୟମରେ ଯୁବକମାନଙ୍କ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି, ଯାହା ଗଣତନ୍ତ୍ରକୁ ସୁଦୃଢ଼ କରିବାରେ ସାହାଯ୍ୟ କରିଛି। ସେ ଲେଖିଛନ୍ତି ଯେ ବିଭିନ୍ନ ନିର୍ବାଚନ ସମୟରେ ସେମାନେ ଭୋଟ ଦେଇ ଭୋଟର ମୂଲ୍ୟର ପ୍ରକୃତ ଅର୍ଥ ପ୍ରମାଣ କରିଛନ୍ତି।

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସହିତ ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମଧ୍ୟପ୍ରଦେଶର ବିଭିନ୍ନ ଜିଲ୍ଲାର ଶତାୟୁ ଭୋଟରଙ୍କ ସହ କଥାବାର୍ତ୍ତା କରିଥିଲେ।
ମଧ୍ୟପ୍ରଦେଶରେ ୧୦୦ବର୍ଷରୁ ଅଧିକ ୪,୧୬୮ ଭୋଟର ଅଛନ୍ତି, ସେମାନଙ୍କ ମଧ୍ୟରୁ ୩,୦୪୦ ମହିଳା ଏବଂ ୧,୧୨୮ ଜଣ ପୁରୁଷ। ସେମାନଙ୍କ ମଧ୍ୟରୁ ୮୬୨ ଜଣ ସହରାଞ୍ଚଳରେ ଏବଂ ୩,୩୦୬ ଜଣ ଗ୍ରାମାଞ୍ଚଳରେ ବାସ କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri