ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଶୁକ୍ରବାର ରାଓଙ୍କ ବିଭିନ୍ନ ସ୍ଥାନରେ ରେଡ କରି ବିପୁଳ ସମ୍ପତ୍ତି ପାଇଥିଲା ଭିଜିଲାନ୍ସ।

ଚଢ଼ାଉ ସମୟରେ ଭିଜିଲାନ୍ସ ହାତରେ ୪୬ ଲକ୍ଷରୁ ଅଧିକ ନଗଦ ଟଙ୍କା, ଭୁବନେଶ୍ୱର ଏବଂ ବ୍ରହ୍ମପୁରରେ ଦୁଇଟି ବେନାମୀ ଫ୍ଲାଟ, ଚାରୋଟି ଦାମିକିଆ ହୋମଷ୍ଟେଡ୍ ପ୍ଲଟ୍ ଏବଂ ଏନଭି ହରିହର ରାଓଙ୍କ ନାମରେ ୧ କୋଟିରୁ ଅଧିକ ବ୍ୟାଙ୍କ ଜମା ଥିବା ଜଣାପଡିଛି। ଚଢ଼ାଉ ସମୟରେ ଭିଜିଲାନ୍ସ ହାତରେ ଲାଗିଥିବା ସୂଚନ ଅନୁଯାୟୀ…

୧. ବ୍ରହ୍ମପୁର ଭାବିନିପୁରରେ ୨୧୦୦ ବର୍ଗଫୁଟ ବିଶିଷ୍ଟ ଏକ ଦୁଇ ମହଲା କୋଠା।

୨. ପତରପଡା ଭୁବନେଶ୍ୱରରେ ୩୦୦୦ ବର୍ଗଫୁଟ ବିଶିଷ୍ଟ ଏକ କୋଠା।

୩. ବ୍ରହ୍ମପୁର ବୈଦ୍ୟନାଥପୁର କାମପାଲି ସ୍ପେକ୍ଟ୍ରମ୍ ଗ୍ରୀନ୍ ଆପାର୍ଟମେଣ୍ଟରେ ଫ୍ଲାଟ।

୪. ୨ ବେନାମୀ ଫ୍ଲାଟ, ଗୋଟିଏ ଅର୍କିଡ ରେସିଡେନ୍ସି, ସୁନ୍ଦରପଦା ଏବଂ ଅନ୍ୟଟି ସ୍ୱସ୍ତିକ ଆପାର୍ଟମେଣ୍ଟ, ବୈଦ୍ୟନାଥପୁର ବ୍ରହ୍ମପୁରରେ ରହିଛି।

୫. ୪ ଟି ମହଙ୍ଗା ହୋମଷ୍ଟେଡ୍ ପ୍ଲଟ, ଯେଉଁଥିରୁ ଦୁଇଟି ଭୁବନେଶ୍ୱରରେ ଏବଂ ଦୁଇଟି ଗଞ୍ଜାମରେ ରହିଛି।

୬. ଏନ.ଭି ହରିହରଙ୍କ ବ୍ୟାଙ୍କ ଖାତାରେ ୧ କୋଟି ଟଙ୍କା ଜମା ଥିବା ଜଣାପଡିଛି।

୭. ଚଢ଼ାଉ ସମୟରେ ବ୍ରହ୍ମପୁରରେ ରହୁଥିବା ହରିହରଙ୍କ ଭିଣୋଇଙ୍କ ଘରୁ ୪୬.୪୫ ଲକ୍ଷ ଟଙ୍କା ଜବତ କରାଯାଇଥିଲା। ତେବେ ଏତେମାତ୍ରାରେ ତାଙ୍କ କେଉଁଠୁ ଆସିଲା ତାହାର ସୂଚନା ମିଳିପାରିନାହିଁ। ଏଥିସହିତ ଅନ୍ୟାନ୍ୟ ଜମା ଏବଂ ନିବେଶ ସମ୍ପର୍କରେ ମଧ୍ୟ ତଥ୍ୟ ମିଳିଛି।

୮. ବ୍ରହ୍ମପୁର ଭାରତୀୟ ଷ୍ଟେଟ ବ୍ୟାଙ୍କରେ ହରିହରଙ୍କର ଏକ ଲକର ଥିବା ସୂଚନା ମିଳିଛି। ଯାହାକୁ ଏପର୍ୟ୍ୟନ୍ତ ଖୋଲାଯାଇ ନାହିଁ।

୯. ଜବତ ଟଙ୍କା ଏବଂ ନିବେଶ ବାଦ ହରିହରଙ୍କର ଗୋଟିଏ ଚାରିଚକିଆ କାର ଏବଂ ଗୋଟିଏ ବାଇକ ଥିବା ଭିଜିଲାନ୍ସ ସୂଚନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri