Posted inଜାତୀୟ

ହାତ ଯୋଡ଼ିଲେ ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ,୧୫।୮ : ସୁପ୍ରିମ କୋର୍ଟ ର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ ଚନ୍ଦ୍ରଚୂଡ ମଙ୍ଗଳବାର ୭୭ ସ୍ବାଧୀନତା ଦିବସ ପାଳନ ଅବସରରେ ଲାଲକିଲ୍ଲାରେ ଅତିଥିମାନଙ୍କ ମଧ୍ୟରେ ବସିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସ୍ବାଧୀନତା ଦିବସ ସମ୍ବୋଧନରେ ଆଞ୍ଚଳିକ ଭାଷାର ଗୁରୁତ୍ୱକୁ ଦର୍ଶାଇ ଏକ ଗୁରୁତ୍ୱପୂର୍ଣ୍ଣ ବିଚାର କରିଥିବାରୁ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଥିଲେ। ଯାହା ଦ୍ୱାରା କୋର୍ଟଙ୍କ ନିର୍ଦ୍ଦେଶ ପଢ଼ ିବା କୁ ସହଜ କରିବ।

ପ୍ରଧାନମନ୍ତ୍ରୀ କହିଥିଲେ, ମୁଁ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଦେବାକୁ ଚାହେଁ, ବର୍ତ୍ତମାନ କୋର୍ଟଙ୍କର ନିଷ୍ପତ୍ତିଗୁଡ଼ିକର କାର୍ଯ୍ୟକ୍ଷମ ଅଂଶ ମାତୃଭାଷାରେ ଉପଲବ୍ଧ ହେବ। ଏହାଦ୍ୱାରା ଆଞ୍ଚଳିକ ଭାଷାର ଗୁରୁତ୍ୱ ବଢୁଛି। ଏହି ସମୟରେ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ହାତଯୋଡ଼ି ପ୍ରଧାନମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରୁଥିବାର ଦେଖାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ଦଶମ ସ୍ବାଧୀନତା ଦିବସ ଅଭିଭାଷଣରେ ପ୍ରାୟ ୯୦ ମିନିଟ ଧରି ଭାଷଣ ଦେଇଥିଲେ, ଯେଉଁଠାରେ ସେ ତାଙ୍କ ସରକାରଙ୍କ ସଫଳତା ଏବଂ ଦେଶ ସମ୍ମୁଖରେ ବିଭିନ୍ନ ଆହ୍ବନ ଏବଂ ସୁଯୋଗ ଉପରେ ଆଲୋକପାତ କରିଥିଲେ ୍‌।

ପ୍ରଧାନମନ୍ତ୍ରୀ ଆଞ୍ଚଳିକ ଭାଷାରେ ଶିକ୍ଷା ପ୍ରଦାନ ଉପରେ ତାଙ୍କ ସରକାରଙ୍କ ଧ୍ୟାନ ଉପରେ ଆଲୋକପାତ କରିବାବେଳେ ସୁପ୍ରିମକୋର୍ଟଙ୍କ ନିକଟକୁ ଯାଇଥିଲେ। ଚଳିତ ବର୍ଷ ସୁପ୍ରିମକୋର୍ଟ ପ୍ରାୟ ୧୦୦୦ ବିଚାରକୁ ଆଞ୍ଚଳିକ ଭାଷାରେ ଅପଲୋଡ କରିଛନ୍ତି। ହିନ୍ଦୀ, ଓଡିଆ, ଗୁଜୁରାଟୀ, ତାମିଲ, ଆସାମ, ଖାସି, ଗାରୋ, ପଞ୍ଜାବୀ, ନେପାଳୀ ଏବଂ ବଙ୍ଗାଳୀରେ ସୁପ୍ରିମକୋର୍ଟଙ୍କ ରାୟ ବର୍ତ୍ତମାନ ଉପଲବ୍ଧ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?