ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ,୮।୮: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ମଙ୍ଗଳବାର ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥ ନେଇଛନ୍ତି। ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି।