କୋରାପୁଟରେ ହାଇକୋର୍ଟ ମୁଖ୍ୟ ବିଚାରପତି, କହିଲେ ଓକିଲାତି ଏକ ପେସା ନୁହେଁ ବ୍ରତୀ ହେବା ଆବଶ୍ୟକ

କୋରାପୁଟ,୨୫।୧(ଅମିତାଭ ବେହେରା ): ତିନି ଦିନିଆ ଗସ୍ତରେ କୋରାପୁଟ ଆସିଥିବା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ତଣ୍ଡନ ରବିବାର କୋରାପୁଟର ସମସ୍ତ କୋର୍ଟ ବୁଲି ଦେଖିବା ସହ ବାର ଆସୋସିଆନର ସମ୍ବୋଧନା ସଭାରେ ଯୋଗ ଦେଇଥିଲେ । କୋରାପୁଟ ଵାରରେ ପହଞ୍ଚିଲା ପରେ କୋରାପୁଟର ଡେମସା ନୃତ୍ୟ ଦ୍ୱାରା ମୁଖ୍ୟ ବିଚାରପତି ହରିଶ ତଣ୍ଡନ ଏବଂ ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କୁ କୋରାପୁଟ ଵାର ଦ୍ୱାରା ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା।

ଏହି ଅବସରରେ କୋର୍ଟ ସମ୍ମୁଖରେ ଆୟୋଜିତ ସଭାରେ ମୁଖ୍ୟ ବିଚାରପତି ଏବଂ ଜଷ୍ଟିସ କୋରାପୁଟ ଵାର ଆସୋସିଆନକୁ ଦିଗ ଦର୍ଶନ ଦେବା ସହ ଯୁବ ଓକିଲଙ୍କୁ କିଛି ପରାମର୍ଶ ଦେଇଥିଲେ । କେବଳ ସେତିକି ନୁହଁ ଆସୋସିଆନର ସମସ୍ତ ସମସ୍ୟାକୁ ଯଥାଶିଘ୍ର ସମାଧାନ କରିବାକୁ ପ୍ରତିଶୃତି ମଧ୍ୟ ଦେଇଥିଲେ । ଓକିଲାତି ଏକ ପେସା ନୁହଁ ବ୍ରତୀ ହେବା ଆବଶ୍ୟକ ବୋଲି ନିଜ ଅଭିଭାଷଣରେ ଜଷ୍ଟିସ ତଣ୍ଡନ କହିଥିଲେ । ରବିବାର ଆୟୋଜିତ ଏହି ସମ୍ବୋଧନ ସଭାରେ ବାର ଆସୋସିଆନର ସମସ୍ତ ସଦସ୍ୟ ସଦସ୍ୟା ସମସ୍ତ କୋର୍ଟର ବିଚାରପତି ନବ ନିଯୁକ୍ତ ସରକାରୀ ଓକିଲ ଉପସ୍ଥିତ ଥିଲେ । ଏହି କର୍ଯ୍ୟକ୍ରମରେ କୋରାପୁଟ ଵାର ସଂଘ ସଭାପତି ପ୍ରଭାତ କୁମାର ମହାପାତ୍ର, ଉପସଭାପତି, ସମ୍ପାଦକ ସୁନୀଲ ଜେନା, କୋଷାଧ୍ୟକ୍ଷ କାମାକ୍ଷା ପ୍ରସାଦ ମାଝୀଙ୍କ ସମେତ ବହୁ ଆଇନଜୀବୀ ପ୍ରମୁଖ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ରାଜ୍ୟରେ ବଢ଼ିଲା ତାତି; ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍…

ମଞ୍ଚ ନାଟକକୁ ବଞ୍ଚେଇ ରଖିଛି ତୋଫାନ କଳା ସଂସଦ: ଏବର୍ଷ ପରିବେଷଣ ହେଲା…

ଭଞ୍ଜନଗର,୧୨। ୩(ବାବୁଲା ପ୍ରଧାନ)-ବର୍ତ୍ତମାନ ସମୟରେ ବ୍ୟବସାୟିକ ଉଦ୍ଦେଶ୍ୟରେ ଖୋଲା ମଞ୍ଚ ନାଟକର ଚାହିଦା ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଭଞ୍ଜନଗରଠାରେ ବିଗତ ୪୦ ବର୍ଷ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri