Posted inଜାତୀୟ

ଶେଷ ହେଲା ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨୩।୪: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏସ୍‌.ଏ. ବୋବଡେଙ୍କ କାର୍ଯ୍ୟକାଳ ଶୁକ୍ରବାର ଶେଷ ହୋଇଛି। ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ ଏବଂ ସୁପ୍ରିମକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ ଦିଆଯାଇଛି। ଶନିବାର ଜଷ୍ଟିସ ଏନ୍‌. ଭି. ରମନ୍ନା ସୁପ୍ରିମକୋର୍ଟର ୪୮ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ। ସୂଚନା ଯୋଗ୍ୟ, ସୁପ୍ରିମକୋର୍ଟ ବିଚାରପତି ଭାବେ ଜଷ୍ଟିସ ବୋବଡେ ୨୦୧୩ ଏପ୍ରିଲ ୧୨ରେ କାର୍ଯ୍ୟଭାର ଗ୍ରହଣ କରିଥିବା ବେଳେ ସୁପ୍ରିମ କୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ୨୦୧୯ ନଭେମ୍ବର ୧୪ରେ ଦାୟିତ୍ୱ ନେଇଥିଲେ। ୧୪ ମାସର କାର୍ଯ୍ୟକାଳରେ ସେ କେବଳ ୯୦ ଦିନ କୋର୍ଟରୁମରେ ଶୁଣାଣି କରିପାରିଥିଲେ। କରୋନା କଟକଣା ଯୋଗୁ ତାଙ୍କର କାର୍ଯ୍ୟକାଳର ଅଧିକ ଶୁଣାଣି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହୋଇଥିଲା।
ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ବୋବଡେ କରୋନା କାଳରେ ଏକାଧିକ ସର୍ତ୍ତସହ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ଅନୁମତି ପ୍ରଦାନ କରିବା ପରେ ସେ ସବୁଠାରୁ ଚର୍ଚ୍ଚାରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri