ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ପୋଲିସ ବଳର ଆଧୁନିକୀକରଣ, ପୋଲିସ ବ୍ୟବସ୍ଥାରେ ସଂସ୍କାର, ପୋଲିସ ଅନୁସନ୍ଧାନ ପାଇଁ ଭିତ୍ତିଭୂମି ଏବଂ ପ୍ରଶିକ୍ଷିତ ମାନବ ସମ୍ବଳର ନିତାନ୍ତ ଜରୁରୀ। ନହେଲେ, ଏକ ଅର୍ଦ୍ଧ-ପ୍ରସ୍ତୁତ ପୋଲିସ ବଳ ଅପରାଧୀଙ୍କୁ ଧରି ଦଣ୍ଡବିଧାନ କରିବା କାଠିକର ପାଠ ହୋଇଯିବ ବୋଲି ସେ କହିଥିଲେ।

ପୋଲିସ ବିଭାଗର ଆଧୁନିକୀକରଣକୁ ସରକାର ସର୍ବୋଚ୍ଚ ପ୍ରାଧାନ୍ୟ ଦେଇ ଆସୁଛନ୍ତି ବୋଲି ପ୍ରକାଶ କରି କହିଥିଲେ ଯେ, ଆଗାମୀ ଦିନରେ ପୋଲିସ୍‌ର ବ୍ୟବହାର ପାଇଁ ସମଗ୍ର ରାଜ୍ୟରେ ଗାଡ଼ି ସଂଖ୍ୟା ବଢ଼ାଯିବ ଯାହାଦ୍ୱାରା ପୋଲିସ ପେଟ୍ରୋଲିଙ୍ଗ୍, ତଦନ୍ତ, ପୀଡିତ ପାଖରେ ପହଁଞ୍ଚିବା, ଅପରାଧୀ ଧରିବା ଆହୁରି ସୁଦୃଢ଼ ହେବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲାର ଥିବା ଅସ୍ତରଙ୍ଗ, ବଳଙ୍ଗା ଏବଂ ଡେଲାଙ୍ଗ ପୋଲିସ ଷ୍ଟେସନର ନୂତନ ଗୃହର ଉଦଘାଟନ କରିଥିଲେ।

ସେ କହିଥିଲେ ଯେ, ପୋଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ପୋଲିସ ବାହିନୀର କାର୍ଯ୍ୟକ୍ଷମତାକୁ ବୃଦ୍ଧି କରିବା ପାଇଁ ପୋଲିସ ଥାନା ଗୁଡିକୁ ୯ ହଜାର ବାଇକ୍‌ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଥାନାକୁ ୬ଟି ଲେଖାଏଁ ବାଇକ୍‌ ଦିଆଯିବ। ଏଇ ନିକଟରେ ଗୃହରେ ପାରିତ ହୋଇଥିବା ଅତିରିକ୍ତ ବଜେଟରେ ଏଥିପାଇଁ ୩୫ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି। ପୋଲିସ ବାହିନୀକୁ ସହଯୋଗ କରିବା ପାଇଁ ଗୃହରକ୍ଷୀ ପଦବୀ ପୂରଣ କରାଯିବ। ଖାଲି ଥିବା ଓ ନୂଆ ପଦବୀକୁ ମିଶାଇ ପ୍ରାୟ ୫ ହଜାର ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି କରାଯାଇଛି ବୋଲି ମଧ୍ୟ ସେ କହିଥିଲେ ।

ଦେଶରେ ଚାଲିଥିବା ସାଇବର କ୍ରାଇମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିକାଲି ପୁରା ଦେଶରେ ଅନେକ ଲୋକ ସାଇବର ଅପରାଧର ଶିକାର ହୋଇ ଅର୍ଥ ହରାଉଛନ୍ତି। ସାଇବର ଠକେଇ, ଡିଜିଟାଲ ଆରେଷ୍ଟ, ଇନଭେଷ୍ଟମେଣ୍ଟ ଠକେଇ ଆଦି ଅପରାଧ ବଢି ଚାଲିଛି। ସାଇବର ଅପରାଧ ଆମ ସମସ୍ତଙ୍କ ପାଇଁ ଏକ ବଡ଼ ଆହ୍ଵାନ। ଏହାକୁ ଦୃଷ୍ଟିରେ ରଖି ଆମ ସରକାର ପୋଲିସ ବିଭାଗର ସାଇବର ସେଲକୁ ସୁଦୃଢ ଓ ଆଧୁନିକୀକରଣ କରିବା ପାଇଁ ସଂକଳ୍ପବଦ୍ଧ। ଏଥି ପାଇଁ ଆଗାମୀ ଦିନରେ ଯେଉଁ ଜିଲ୍ଲାରେ ସାଇବର ଥାନା ନାହିଁ ସେଠାରେ ସାଇବର ଥାନା ପ୍ରତିଷ୍ଠା କରାଯିବାର ଲକ୍ଷ୍ୟ ରଖାଯାଇଛି। ଏତଦବ୍ୟତୀତ ଭୁବନେଶ୍ବରରେ ସାଇବର ଅପରାଧର ଉଚ୍ଚକୋଟୀର ତଦନ୍ତ ଓ ତଦାରଖ ପାଇଁ ରାଜ୍ୟସ୍ତରରେ ଏକ ସାଇବର ଅପରାଧ ଶାଖା ସୃଷ୍ଟି କରାଯିବ, ଯାହାର ଦାୟିତ୍ଵରେ ଜଣେ ବରିଷ୍ଠ ଅଧିକାରୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମହିଳା ହିଂସା ବିରୁଦ୍ଧରେ ଆମ ସରକାର ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛନ୍ତି ବୋଲି ମତ ଦେଇ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଜୀ ମଧ୍ୟ ମହିଳାମାନଙ୍କ ସୁରକ୍ଷାକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଦୁର୍ଭାଗ୍ୟ ବଶତଃ ମୋଟ ଦଣ୍ଡବିଧାନ ହାର ଏବଂ ମହିଳା ହିଂସା ବିରୁଦ୍ଧରେ ଦଣ୍ଡବିଧାନ ହାର ସର୍ବ ଭାରତୀୟ ସ୍ତରରେ ଓଡିଶାର ସ୍ଥିତି ନୈରାଶ୍ୟ ଜନକ ଥିଲା।

ସେ କହିଲେ ଯେ, ଏହାର ପ୍ରମୁଖ କାରଣ ହେଉଛି ବୃତ୍ତିଗତ ଢଙ୍ଗରେ ଅନୁସନ୍ଧାନ ନ ହେବା ଏବଂ ପୂର୍ବବର୍ତ୍ତୀ ସମୟରେ ରାଜନୈତିକ ଇଚ୍ଛାଶକ୍ତିର ଘୋର ଅଭାବ। ତେଣୁ, ସେ କହିଥିଲେ ଯେ, ଏହି ଦଣ୍ଡହାରକୁ ଜାତୀୟ ସ୍ତରକୁ ନେବାକୁ ହେବ। ଏଥିପାଇଁ ସରକାର ନିଜ ସ୍ତରରେ ଅଧିକ ମହିଳା କୋର୍ଟ ପ୍ରତିଷ୍ଠା କରୁଛନ୍ତି। ଚାରିଗୋଟି ଜିଲାରେ ମହିଳା କୋର୍ଟ ସ୍ଥାପନା ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇ ସରିଛି। ବର୍ତ୍ତମାନ, ପୋଲିସ କାନ୍ଧରେ ବୃତ୍ତିଗତ ଢଙ୍ଗରେ ଏବଂ ବୈଜ୍ଞାନିକ ପଦ୍ଧତିରେ ଅନୁସନ୍ଧାନ କରି, ଅକାଟ୍ୟ ସାକ୍ଷ୍ୟ ପ୍ରମାଣ ସହିତ କୋର୍ଟରେ ଅଭିଯୋଗ ପତ୍ର ଠିକ ସମୟରେ ଦାଖିଲ କରିବା।

ନିକଟରେ ରାଜ୍ୟ ପୁଲିସ ବଳ କିଛି ବଡ଼ ମାମଲାର ସଫଳତାର ସହିତ ସମାଧାନ କରିବାରେ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବଣାଇ ଏବଂ କଟକ କନ୍ଦରପୁର ହତ୍ୟାକାଣ୍ଡକୁ ପୋଲିସ ଖୁବ୍ ଶୀଘ୍ର ସଫଳତାର ସହ ସମାଧାନ କରିଛି। ସେ କହିଥିଲେ ଯେ, ସବୁ କେସରେ ଏପରି ପ୍ରଭାବୀ କାର୍ଯ୍ୟାନୁଷ୍ଠାନ ହେବା ଉଚିତ, ଯାହା ଫଳରେ ପୋଲିସ ପ୍ରତି ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇବ।

ଆଗାମୀ ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓ ବାଦୀ ଏବଂ ନକ୍ସଲ ହିଂସାକୁ ସମୂଳେ ନିପାତ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଓଡିଶାର କିଛି ଅଞ୍ଚଳ ଏହି ଆକ୍ସନ ପ୍ଲାନରେ ସାମିଲ ହୋଇଛି। ଏହି ହିଂସାକୁ ଦମନ କରିବା ପାଇଁ ପୋଲିସ ବଳ ସହିତ ବିଶେଷ ଜ୍ଞାନ, ନୂତନ ବୈଷୟିକ ଜ୍ଞାନକୌଶଳର ଆବଶ୍ୟକତା ରହିଛି, ଯାହା ଆଜି ପରି ଡ୍ୟୁଟି ମିଟ୍‌ରୁ ମିଳିପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯୋଜନାବଦ୍ଧ ଭାବେ ସମାଜରେ ଉନ୍ମାଦ କରିବା ପାଇଁ ଚେଷ୍ଟା କରୁଥିବା ଅପରାଧୀଙ୍କ ବିରୁଦ୍ଧରେ ଏମିତି କାର୍ଯ୍ୟାନୁଷ୍ଠାନ ନିଅନ୍ତୁ, ଯାହାଫଳରେ ପ୍ରତି ମୂହୁର୍ତ୍ତରେ ସେମାଙ୍କ ମନରେ ଭୟର ସଂଚାର ହେବ।

ଏଭଳି ଅପରାଧୀଙ୍କୁ ପୂର୍ବରୁ ଯେଉଁ ସୁରକ୍ଷା ଦିଆଯାଉଥିଲା ସେପରି ଆଉ ହେବ ନାହିଁ। ଆଇନର ଗଣ୍ଡି ଭିତରେ ରହି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ରାଇମବ୍ରାଞ୍ଚ ପକ୍ଷରୁ ନିୟମିତ ବ୍ୟବଧାନରେ ସ୍ୱତନ୍ତ୍ର ଅଭିଯାନ ଚଳାଇ ନିଶା କାରବାର ଜନିତ ସଂଗଠିତ ଅପରାଧ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଓଡ଼ିଶା ପୋଲିସ ପ୍ରମୁଖ ସଫଳତା ହାସଲ କରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ପୋଲିସ ବଳ ସହିତ ଦୃଢ ଭାବେ ଛିଡା ହୋଇଛନ୍ତି। ସର୍ବ ଭାରତୀୟ DG/IG ସମ୍ମିଳନୀରେ, କେନ୍ଦ୍ର ସରକାର ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରିଥିବାରୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।

ପୋଲିସ ଡ୍ୟୁଟି ମିଟ୍‌ ରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ସମସ୍ତ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ବିଜେତାମାନେ ଆଗାମୀ ଜାନୁଆରୀ ମାସରେ ଝାଡଖଣ୍ଡର ରାଞ୍ଚି ଠାରେ ହେବାକୁ ଥିବା All India Police Duty Meet ରେ ଭାଗ ନେବେ। ମନୋନୀତ ହୋଇଥିବା ଦଳର ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିଲେ। ପରିଶେଷରେ ପୋଲିସ ନିଜର ‘ସେବା ଓ ସୁରକ୍ଷା’ ସ୍ଲୋଗାନକୁ କାୟ ମନୋବାକ୍ୟରେ ପାଳନ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ, ସି.ଆଇ.ଡି, କ୍ରାଇମ ବ୍ରାଞ୍ଚ ବିନୟ ତୋଷ ମିଶ୍ର ଧନ୍ୟବାଦ୍ ଅର୍ପଣ କରି ପୋଲିସ ବାହିନୀର କାର୍ଯ୍ୟକ୍ରମ, ସଫଳତା ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri