ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ପୋଲିସ ବଳର ଆଧୁନିକୀକରଣ, ପୋଲିସ ବ୍ୟବସ୍ଥାରେ ସଂସ୍କାର, ପୋଲିସ ଅନୁସନ୍ଧାନ ପାଇଁ ଭିତ୍ତିଭୂମି ଏବଂ ପ୍ରଶିକ୍ଷିତ ମାନବ ସମ୍ବଳର ନିତାନ୍ତ ଜରୁରୀ। ନହେଲେ, ଏକ ଅର୍ଦ୍ଧ-ପ୍ରସ୍ତୁତ ପୋଲିସ ବଳ ଅପରାଧୀଙ୍କୁ ଧରି ଦଣ୍ଡବିଧାନ କରିବା କାଠିକର ପାଠ ହୋଇଯିବ ବୋଲି ସେ କହିଥିଲେ।

ପୋଲିସ ବିଭାଗର ଆଧୁନିକୀକରଣକୁ ସରକାର ସର୍ବୋଚ୍ଚ ପ୍ରାଧାନ୍ୟ ଦେଇ ଆସୁଛନ୍ତି ବୋଲି ପ୍ରକାଶ କରି କହିଥିଲେ ଯେ, ଆଗାମୀ ଦିନରେ ପୋଲିସ୍‌ର ବ୍ୟବହାର ପାଇଁ ସମଗ୍ର ରାଜ୍ୟରେ ଗାଡ଼ି ସଂଖ୍ୟା ବଢ଼ାଯିବ ଯାହାଦ୍ୱାରା ପୋଲିସ ପେଟ୍ରୋଲିଙ୍ଗ୍, ତଦନ୍ତ, ପୀଡିତ ପାଖରେ ପହଁଞ୍ଚିବା, ଅପରାଧୀ ଧରିବା ଆହୁରି ସୁଦୃଢ଼ ହେବ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲାର ଥିବା ଅସ୍ତରଙ୍ଗ, ବଳଙ୍ଗା ଏବଂ ଡେଲାଙ୍ଗ ପୋଲିସ ଷ୍ଟେସନର ନୂତନ ଗୃହର ଉଦଘାଟନ କରିଥିଲେ।

ସେ କହିଥିଲେ ଯେ, ପୋଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ପୋଲିସ ବାହିନୀର କାର୍ଯ୍ୟକ୍ଷମତାକୁ ବୃଦ୍ଧି କରିବା ପାଇଁ ପୋଲିସ ଥାନା ଗୁଡିକୁ ୯ ହଜାର ବାଇକ୍‌ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଥାନାକୁ ୬ଟି ଲେଖାଏଁ ବାଇକ୍‌ ଦିଆଯିବ। ଏଇ ନିକଟରେ ଗୃହରେ ପାରିତ ହୋଇଥିବା ଅତିରିକ୍ତ ବଜେଟରେ ଏଥିପାଇଁ ୩୫ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି। ପୋଲିସ ବାହିନୀକୁ ସହଯୋଗ କରିବା ପାଇଁ ଗୃହରକ୍ଷୀ ପଦବୀ ପୂରଣ କରାଯିବ। ଖାଲି ଥିବା ଓ ନୂଆ ପଦବୀକୁ ମିଶାଇ ପ୍ରାୟ ୫ ହଜାର ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି କରାଯାଇଛି ବୋଲି ମଧ୍ୟ ସେ କହିଥିଲେ ।

ଦେଶରେ ଚାଲିଥିବା ସାଇବର କ୍ରାଇମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିକାଲି ପୁରା ଦେଶରେ ଅନେକ ଲୋକ ସାଇବର ଅପରାଧର ଶିକାର ହୋଇ ଅର୍ଥ ହରାଉଛନ୍ତି। ସାଇବର ଠକେଇ, ଡିଜିଟାଲ ଆରେଷ୍ଟ, ଇନଭେଷ୍ଟମେଣ୍ଟ ଠକେଇ ଆଦି ଅପରାଧ ବଢି ଚାଲିଛି। ସାଇବର ଅପରାଧ ଆମ ସମସ୍ତଙ୍କ ପାଇଁ ଏକ ବଡ଼ ଆହ୍ଵାନ। ଏହାକୁ ଦୃଷ୍ଟିରେ ରଖି ଆମ ସରକାର ପୋଲିସ ବିଭାଗର ସାଇବର ସେଲକୁ ସୁଦୃଢ ଓ ଆଧୁନିକୀକରଣ କରିବା ପାଇଁ ସଂକଳ୍ପବଦ୍ଧ। ଏଥି ପାଇଁ ଆଗାମୀ ଦିନରେ ଯେଉଁ ଜିଲ୍ଲାରେ ସାଇବର ଥାନା ନାହିଁ ସେଠାରେ ସାଇବର ଥାନା ପ୍ରତିଷ୍ଠା କରାଯିବାର ଲକ୍ଷ୍ୟ ରଖାଯାଇଛି। ଏତଦବ୍ୟତୀତ ଭୁବନେଶ୍ବରରେ ସାଇବର ଅପରାଧର ଉଚ୍ଚକୋଟୀର ତଦନ୍ତ ଓ ତଦାରଖ ପାଇଁ ରାଜ୍ୟସ୍ତରରେ ଏକ ସାଇବର ଅପରାଧ ଶାଖା ସୃଷ୍ଟି କରାଯିବ, ଯାହାର ଦାୟିତ୍ଵରେ ଜଣେ ବରିଷ୍ଠ ଅଧିକାରୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମହିଳା ହିଂସା ବିରୁଦ୍ଧରେ ଆମ ସରକାର ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛନ୍ତି ବୋଲି ମତ ଦେଇ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଜୀ ମଧ୍ୟ ମହିଳାମାନଙ୍କ ସୁରକ୍ଷାକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଦୁର୍ଭାଗ୍ୟ ବଶତଃ ମୋଟ ଦଣ୍ଡବିଧାନ ହାର ଏବଂ ମହିଳା ହିଂସା ବିରୁଦ୍ଧରେ ଦଣ୍ଡବିଧାନ ହାର ସର୍ବ ଭାରତୀୟ ସ୍ତରରେ ଓଡିଶାର ସ୍ଥିତି ନୈରାଶ୍ୟ ଜନକ ଥିଲା।

ସେ କହିଲେ ଯେ, ଏହାର ପ୍ରମୁଖ କାରଣ ହେଉଛି ବୃତ୍ତିଗତ ଢଙ୍ଗରେ ଅନୁସନ୍ଧାନ ନ ହେବା ଏବଂ ପୂର୍ବବର୍ତ୍ତୀ ସମୟରେ ରାଜନୈତିକ ଇଚ୍ଛାଶକ୍ତିର ଘୋର ଅଭାବ। ତେଣୁ, ସେ କହିଥିଲେ ଯେ, ଏହି ଦଣ୍ଡହାରକୁ ଜାତୀୟ ସ୍ତରକୁ ନେବାକୁ ହେବ। ଏଥିପାଇଁ ସରକାର ନିଜ ସ୍ତରରେ ଅଧିକ ମହିଳା କୋର୍ଟ ପ୍ରତିଷ୍ଠା କରୁଛନ୍ତି। ଚାରିଗୋଟି ଜିଲାରେ ମହିଳା କୋର୍ଟ ସ୍ଥାପନା ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇ ସରିଛି। ବର୍ତ୍ତମାନ, ପୋଲିସ କାନ୍ଧରେ ବୃତ୍ତିଗତ ଢଙ୍ଗରେ ଏବଂ ବୈଜ୍ଞାନିକ ପଦ୍ଧତିରେ ଅନୁସନ୍ଧାନ କରି, ଅକାଟ୍ୟ ସାକ୍ଷ୍ୟ ପ୍ରମାଣ ସହିତ କୋର୍ଟରେ ଅଭିଯୋଗ ପତ୍ର ଠିକ ସମୟରେ ଦାଖିଲ କରିବା।

ନିକଟରେ ରାଜ୍ୟ ପୁଲିସ ବଳ କିଛି ବଡ଼ ମାମଲାର ସଫଳତାର ସହିତ ସମାଧାନ କରିବାରେ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବଣାଇ ଏବଂ କଟକ କନ୍ଦରପୁର ହତ୍ୟାକାଣ୍ଡକୁ ପୋଲିସ ଖୁବ୍ ଶୀଘ୍ର ସଫଳତାର ସହ ସମାଧାନ କରିଛି। ସେ କହିଥିଲେ ଯେ, ସବୁ କେସରେ ଏପରି ପ୍ରଭାବୀ କାର୍ଯ୍ୟାନୁଷ୍ଠାନ ହେବା ଉଚିତ, ଯାହା ଫଳରେ ପୋଲିସ ପ୍ରତି ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇବ।

ଆଗାମୀ ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓ ବାଦୀ ଏବଂ ନକ୍ସଲ ହିଂସାକୁ ସମୂଳେ ନିପାତ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଓଡିଶାର କିଛି ଅଞ୍ଚଳ ଏହି ଆକ୍ସନ ପ୍ଲାନରେ ସାମିଲ ହୋଇଛି। ଏହି ହିଂସାକୁ ଦମନ କରିବା ପାଇଁ ପୋଲିସ ବଳ ସହିତ ବିଶେଷ ଜ୍ଞାନ, ନୂତନ ବୈଷୟିକ ଜ୍ଞାନକୌଶଳର ଆବଶ୍ୟକତା ରହିଛି, ଯାହା ଆଜି ପରି ଡ୍ୟୁଟି ମିଟ୍‌ରୁ ମିଳିପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯୋଜନାବଦ୍ଧ ଭାବେ ସମାଜରେ ଉନ୍ମାଦ କରିବା ପାଇଁ ଚେଷ୍ଟା କରୁଥିବା ଅପରାଧୀଙ୍କ ବିରୁଦ୍ଧରେ ଏମିତି କାର୍ଯ୍ୟାନୁଷ୍ଠାନ ନିଅନ୍ତୁ, ଯାହାଫଳରେ ପ୍ରତି ମୂହୁର୍ତ୍ତରେ ସେମାଙ୍କ ମନରେ ଭୟର ସଂଚାର ହେବ।

ଏଭଳି ଅପରାଧୀଙ୍କୁ ପୂର୍ବରୁ ଯେଉଁ ସୁରକ୍ଷା ଦିଆଯାଉଥିଲା ସେପରି ଆଉ ହେବ ନାହିଁ। ଆଇନର ଗଣ୍ଡି ଭିତରେ ରହି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କ୍ରାଇମବ୍ରାଞ୍ଚ ପକ୍ଷରୁ ନିୟମିତ ବ୍ୟବଧାନରେ ସ୍ୱତନ୍ତ୍ର ଅଭିଯାନ ଚଳାଇ ନିଶା କାରବାର ଜନିତ ସଂଗଠିତ ଅପରାଧ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଓଡ଼ିଶା ପୋଲିସ ପ୍ରମୁଖ ସଫଳତା ହାସଲ କରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ପୋଲିସ ବଳ ସହିତ ଦୃଢ ଭାବେ ଛିଡା ହୋଇଛନ୍ତି। ସର୍ବ ଭାରତୀୟ DG/IG ସମ୍ମିଳନୀରେ, କେନ୍ଦ୍ର ସରକାର ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରିଥିବାରୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।

ପୋଲିସ ଡ୍ୟୁଟି ମିଟ୍‌ ରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ସମସ୍ତ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ବିଜେତାମାନେ ଆଗାମୀ ଜାନୁଆରୀ ମାସରେ ଝାଡଖଣ୍ଡର ରାଞ୍ଚି ଠାରେ ହେବାକୁ ଥିବା All India Police Duty Meet ରେ ଭାଗ ନେବେ। ମନୋନୀତ ହୋଇଥିବା ଦଳର ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିଲେ। ପରିଶେଷରେ ପୋଲିସ ନିଜର ‘ସେବା ଓ ସୁରକ୍ଷା’ ସ୍ଲୋଗାନକୁ କାୟ ମନୋବାକ୍ୟରେ ପାଳନ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ, ସି.ଆଇ.ଡି, କ୍ରାଇମ ବ୍ରାଞ୍ଚ ବିନୟ ତୋଷ ମିଶ୍ର ଧନ୍ୟବାଦ୍ ଅର୍ପଣ କରି ପୋଲିସ ବାହିନୀର କାର୍ଯ୍ୟକ୍ରମ, ସଫଳତା ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?