୫-ଟି ନୀତି ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୨୩।୮ (ବ୍ୟୁରୋ):ପ୍ରକଳ୍ପ ଓ ସେବାରେ ଅଧିକ ଦକ୍ଷତା ଆଣିବା ପାଇଁ ଡିପ୍ଲୋମା ଇଞ୍ଜିନିୟରମାନଙ୍କୁ ଶାସନ ମଡେଲର ୫-ଟି ନୀତି ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର ସେବା ସଂଘର ପ୍ଲାଟିନମ୍‌ ଜୁବିଲି ଓ ୭୭ତମ ବାର୍ଷିକ ସାଧାରଣ ସଭାର ଦ୍ୱିତୀୟ ଦିବସରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ, ତୃଣମୂଳ ସ୍ତରରେ ଇଞ୍ଜିନିୟରମାନଙ୍କର ୫-ଟି ପଦକ୍ଷେପ ଅଧିକ ମହତ୍ୱପୂର୍ଣ୍ଣ। ଲୋକଙ୍କୁ ପ୍ରଦାନ କରାଯାଉଥିବା ସେବାଗୁଡିକର ଦକ୍ଷତା ଦ୍ୱାରା ଆମର ବିକାଶ ମଡେଲର ଦୃଶ୍ୟମାନତା ଅଧିକ ସ୍ପଷ୍ଟ ହୋଇଛି। ଏହା ଜଳଯୋଗାଣଠାରୁ ଆରମ୍ଭ କରି ରାସ୍ତା ନିର୍ମାଣ କିମ୍ବା କୌଣସି ପ୍ରକଳ୍ପ ହୋଇପାରେ। ମୋ ସରକାରଙ୍କ ଏହି ନିର୍ଦ୍ଦେଶଗୁଡିକ ପାଳନ କରିବା ଦ୍ୱାରା ରାଜ୍ୟବାସୀଙ୍କୁ ସର୍ବୋତ୍ତମ ସେବା ଯୋଗାଇ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଡିପ୍ଲୋମା ଇଞ୍ଜିନିୟରମାନେ ହେଉଛନ୍ତି ସରକାରଙ୍କ ମେରୁଦଣ୍ଡ। ସରକାରଙ୍କ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ତଥା ଭିତ୍ତିଭୂମି ରକ୍ଷଣାବେକ୍ଷଣ, ବାତ୍ୟା, ବନ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସେମାନଙ୍କର ଭୂମିକାକୁ ପ୍ରଶଂସା କରାଯାଇଛି। ସଂଘର ଦାବି ଉପରେ ଆଲୋକପାତ କରିବା ସହିତ ସମସ୍ତ ଦାବି ଉପରେ ବିଚାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସମ୍ମାନିତ ଅତିଥି ଭାବେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ପ୍ରଫୁଲ୍ଲ ମଲ୍ଲିକ, ଟୁକୁନି ସାହୁ, ପ୍ରୀତିରଞ୍ଜନ ଘଡେଇ, ତୁଷାରକାନ୍ତି ବେହେରା, ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗ ଦେଇଥିଲେ। ଏହି ଅବସରରେ ସଂଘର ବାର୍ଷିକ ସାଧାରଣ ସଭାରେ ବିଭିନ୍ନ ବିଷୟରେ ଆଲୋଚନା କରାଯାଇ ଆଗାମୀ ବର୍ଷର କାର୍ଯ୍ୟ ଖସଡା ଅନୁମୋଦିତ ହୋଇଥିଲା। ସର୍ବସମ୍ମତିକ୍ରମେ କେତେକ ଦାବି ଗୃହୀତ ହୋଇଥିଲା। ଡିପ୍ଲୋମା ଇଞ୍ଜିନିୟରଙ୍କ ପଦୋନ୍ନତି ହାର ଶତକଡା ୪୦ ଭାଗ ପରିବର୍ତ୍ତେ ୫୦ ଭାଗକୁ ବୃଦ୍ଧି, ସବୁ ବିଭାଗର ଡିପ୍ଲୋମା ଇଂଜିନିୟରଙ୍କ ନିମିତ୍ତ ଏକକ କ୍ୟାଡର ରୁଲ୍‌ ଲାଗୁ ଓ ଡିପ୍ଲୋମା କ୍ୟାଡରରୁ ଠିକା ନିଯୁକ୍ତି ପ୍ରଥା ସମ୍ପୂର୍ଣ୍ଣ ବିଲୋପ ପାଇଁ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri