୫-ଟି ନୀତି ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୨୩।୮ (ବ୍ୟୁରୋ):ପ୍ରକଳ୍ପ ଓ ସେବାରେ ଅଧିକ ଦକ୍ଷତା ଆଣିବା ପାଇଁ ଡିପ୍ଲୋମା ଇଞ୍ଜିନିୟରମାନଙ୍କୁ ଶାସନ ମଡେଲର ୫-ଟି ନୀତି ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର ସେବା ସଂଘର ପ୍ଲାଟିନମ୍‌ ଜୁବିଲି ଓ ୭୭ତମ ବାର୍ଷିକ ସାଧାରଣ ସଭାର ଦ୍ୱିତୀୟ ଦିବସରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ, ତୃଣମୂଳ ସ୍ତରରେ ଇଞ୍ଜିନିୟରମାନଙ୍କର ୫-ଟି ପଦକ୍ଷେପ ଅଧିକ ମହତ୍ୱପୂର୍ଣ୍ଣ। ଲୋକଙ୍କୁ ପ୍ରଦାନ କରାଯାଉଥିବା ସେବାଗୁଡିକର ଦକ୍ଷତା ଦ୍ୱାରା ଆମର ବିକାଶ ମଡେଲର ଦୃଶ୍ୟମାନତା ଅଧିକ ସ୍ପଷ୍ଟ ହୋଇଛି। ଏହା ଜଳଯୋଗାଣଠାରୁ ଆରମ୍ଭ କରି ରାସ୍ତା ନିର୍ମାଣ କିମ୍ବା କୌଣସି ପ୍ରକଳ୍ପ ହୋଇପାରେ। ମୋ ସରକାରଙ୍କ ଏହି ନିର୍ଦ୍ଦେଶଗୁଡିକ ପାଳନ କରିବା ଦ୍ୱାରା ରାଜ୍ୟବାସୀଙ୍କୁ ସର୍ବୋତ୍ତମ ସେବା ଯୋଗାଇ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଡିପ୍ଲୋମା ଇଞ୍ଜିନିୟରମାନେ ହେଉଛନ୍ତି ସରକାରଙ୍କ ମେରୁଦଣ୍ଡ। ସରକାରଙ୍କ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ତଥା ଭିତ୍ତିଭୂମି ରକ୍ଷଣାବେକ୍ଷଣ, ବାତ୍ୟା, ବନ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସେମାନଙ୍କର ଭୂମିକାକୁ ପ୍ରଶଂସା କରାଯାଇଛି। ସଂଘର ଦାବି ଉପରେ ଆଲୋକପାତ କରିବା ସହିତ ସମସ୍ତ ଦାବି ଉପରେ ବିଚାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସମ୍ମାନିତ ଅତିଥି ଭାବେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ପ୍ରଫୁଲ୍ଲ ମଲ୍ଲିକ, ଟୁକୁନି ସାହୁ, ପ୍ରୀତିରଞ୍ଜନ ଘଡେଇ, ତୁଷାରକାନ୍ତି ବେହେରା, ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗ ଦେଇଥିଲେ। ଏହି ଅବସରରେ ସଂଘର ବାର୍ଷିକ ସାଧାରଣ ସଭାରେ ବିଭିନ୍ନ ବିଷୟରେ ଆଲୋଚନା କରାଯାଇ ଆଗାମୀ ବର୍ଷର କାର୍ଯ୍ୟ ଖସଡା ଅନୁମୋଦିତ ହୋଇଥିଲା। ସର୍ବସମ୍ମତିକ୍ରମେ କେତେକ ଦାବି ଗୃହୀତ ହୋଇଥିଲା। ଡିପ୍ଲୋମା ଇଞ୍ଜିନିୟରଙ୍କ ପଦୋନ୍ନତି ହାର ଶତକଡା ୪୦ ଭାଗ ପରିବର୍ତ୍ତେ ୫୦ ଭାଗକୁ ବୃଦ୍ଧି, ସବୁ ବିଭାଗର ଡିପ୍ଲୋମା ଇଂଜିନିୟରଙ୍କ ନିମିତ୍ତ ଏକକ କ୍ୟାଡର ରୁଲ୍‌ ଲାଗୁ ଓ ଡିପ୍ଲୋମା କ୍ୟାଡରରୁ ଠିକା ନିଯୁକ୍ତି ପ୍ରଥା ସମ୍ପୂର୍ଣ୍ଣ ବିଲୋପ ପାଇଁ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?