ସେତୁ ଭଳି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ):  କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୩୪ ଜଣ ସହକାରୀ ଉଦ୍ୟାନ କୃଷି ଅଧିକାରୀ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨୧ ଜଣ ମହିଳା ଅଛନ୍ତି। ଏହି ଅବସରରେ ଶନିବାର ଲୋକସେବା କନ୍‌ଭେନଶନ ସେଣ୍ଟରରେ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେଇ ଲୋକ ଏବଂ ସରକାରଙ୍କ ମଧ୍ୟରେ ଏକ ସେତୁ ଭଳି କାର୍ଯ୍ୟ କରିବାକୁ ନବନିଯୁକ୍ତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଆରାମ ଜୋନ୍‌ରୁ ବାହାରି ଦୁର୍ଗମ ଜନଜାତି ଅଞ୍ଚଳରେ ବାସକରୁଥିବା ଚାଷୀମାନଙ୍କ ସହିତ ଭାବବିନିମୟ କରି ସେମାନେ ସମ୍ମୁଖୀନ ହେଉଥିବା ସମସ୍ୟା ବିଷୟରେ ଅବଗତ ହେବା ଆବଶ୍ୟକ। ଉଦ୍ୟାନ କୃଷିକୁ ନିଜର କ୍ୟାରିୟର କରିଥିବାରୁ ଆସନ୍ତା ୩୦ ବର୍ଷ ପର୍ଯ୍ୟନ୍ତ ରାଜ୍ୟରେ ଉଦ୍ୟାନ କୃଷି ପାଇଁ ନିଜର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୫-ଟି ଆଧାରରେ ନିଜର କର୍ତ୍ତବ୍ୟ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟର ଉଦ୍ୟାନ କୃଷି କ୍ଷେତ୍ରରେ ରୂପାନ୍ତରଣ ପାଇଁ ଅତ୍ୟାବଶ୍ୟକ ଭାବେ ନିଜକୁ ପ୍ରମାଣିତ କରିବାକୁ ହେବ। କୃଷକମାନଙ୍କର ଆୟ ବଢାଇବା ହେଉଛି ରାଜ୍ୟ ସରକାରଙ୍କ ପ୍ରାଥମିକତା। ଚାଷ କ୍ଷେତ୍ରରେ ଉଦ୍ୟାନ କୃଷି ଚାଷୀମାନଙ୍କର ଆୟ ବୃଦ୍ଧି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଏହା ଚାଷୀ ପରିବାରର ଆୟ ବଢ଼ାଇବା ସହ ଅପପୁଷ୍ଟିକୁ ଦୂର କରିବାରେ ସହାୟତା କରିଥାଏ। ରାଜ୍ୟ ସରକାର ପଣସ ମିଶନ, ମସଲା ମିଶନ, ପୁଷ୍ପ ମିଶନ, ଛତୁ ମିଶନ ଆଦି ଆରମ୍ଭ କରି ଉଦ୍ୟାନକୃଷିକୁ ଅଧିକ କ୍ରିୟାଶୀଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ରାଜ୍ୟ ସରକାର ସମସ୍ତ ବିଭାଗରେ ଖାଲି ପଦବୀ ପୂରଣ ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛନ୍ତି। ଅଣଧାନ ଫସଲ ଚାଷ କରିବାକୁ ଚାଷୀମାନଙ୍କୁ ପ୍ରୋତ୍ସାହିତ କରି ଉଦ୍ୟାନ କୃଷି ଆଡ଼କୁ ଆକର୍ଷିତ କରିବାକୁ ନବନିଯୁକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିବା ବେଳେ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri