ସେତୁ ଭଳି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ):  କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୩୪ ଜଣ ସହକାରୀ ଉଦ୍ୟାନ କୃଷି ଅଧିକାରୀ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨୧ ଜଣ ମହିଳା ଅଛନ୍ତି। ଏହି ଅବସରରେ ଶନିବାର ଲୋକସେବା କନ୍‌ଭେନଶନ ସେଣ୍ଟରରେ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେଇ ଲୋକ ଏବଂ ସରକାରଙ୍କ ମଧ୍ୟରେ ଏକ ସେତୁ ଭଳି କାର୍ଯ୍ୟ କରିବାକୁ ନବନିଯୁକ୍ତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଆରାମ ଜୋନ୍‌ରୁ ବାହାରି ଦୁର୍ଗମ ଜନଜାତି ଅଞ୍ଚଳରେ ବାସକରୁଥିବା ଚାଷୀମାନଙ୍କ ସହିତ ଭାବବିନିମୟ କରି ସେମାନେ ସମ୍ମୁଖୀନ ହେଉଥିବା ସମସ୍ୟା ବିଷୟରେ ଅବଗତ ହେବା ଆବଶ୍ୟକ। ଉଦ୍ୟାନ କୃଷିକୁ ନିଜର କ୍ୟାରିୟର କରିଥିବାରୁ ଆସନ୍ତା ୩୦ ବର୍ଷ ପର୍ଯ୍ୟନ୍ତ ରାଜ୍ୟରେ ଉଦ୍ୟାନ କୃଷି ପାଇଁ ନିଜର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୫-ଟି ଆଧାରରେ ନିଜର କର୍ତ୍ତବ୍ୟ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟର ଉଦ୍ୟାନ କୃଷି କ୍ଷେତ୍ରରେ ରୂପାନ୍ତରଣ ପାଇଁ ଅତ୍ୟାବଶ୍ୟକ ଭାବେ ନିଜକୁ ପ୍ରମାଣିତ କରିବାକୁ ହେବ। କୃଷକମାନଙ୍କର ଆୟ ବଢାଇବା ହେଉଛି ରାଜ୍ୟ ସରକାରଙ୍କ ପ୍ରାଥମିକତା। ଚାଷ କ୍ଷେତ୍ରରେ ଉଦ୍ୟାନ କୃଷି ଚାଷୀମାନଙ୍କର ଆୟ ବୃଦ୍ଧି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଏହା ଚାଷୀ ପରିବାରର ଆୟ ବଢ଼ାଇବା ସହ ଅପପୁଷ୍ଟିକୁ ଦୂର କରିବାରେ ସହାୟତା କରିଥାଏ। ରାଜ୍ୟ ସରକାର ପଣସ ମିଶନ, ମସଲା ମିଶନ, ପୁଷ୍ପ ମିଶନ, ଛତୁ ମିଶନ ଆଦି ଆରମ୍ଭ କରି ଉଦ୍ୟାନକୃଷିକୁ ଅଧିକ କ୍ରିୟାଶୀଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ରାଜ୍ୟ ସରକାର ସମସ୍ତ ବିଭାଗରେ ଖାଲି ପଦବୀ ପୂରଣ ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛନ୍ତି। ଅଣଧାନ ଫସଲ ଚାଷ କରିବାକୁ ଚାଷୀମାନଙ୍କୁ ପ୍ରୋତ୍ସାହିତ କରି ଉଦ୍ୟାନ କୃଷି ଆଡ଼କୁ ଆକର୍ଷିତ କରିବାକୁ ନବନିଯୁକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। କୃଷି ସଚିବ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିବା ବେଳେ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ନିର୍ବାଚନରେ ​​ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା

ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି।...

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri