Posted inରାଜ୍ୟ

ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ । ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ରାଜ୍ୟର ବିକାଶ ପାଇଁ ସେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି ।

ରାଜ୍ୟ ଭାଜପାର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ । ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କର ‘ଅତୁଳନୀୟ ସାଂଗଠନିକ ଦକ୍ଷତା ପାଇଁ ସର୍ବଦା ସ୍ମରଣୀୟ ରହିବେ’ ବୋଲି କହିଛନ୍ତି।

ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ ଭାଜପାର ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏ ସେ ଭାଜପା ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଦେବେନ୍ଦ୍ର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ ସଂଗଠନକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?