Posted inରାଜ୍ୟ

ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ । ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ରାଜ୍ୟର ବିକାଶ ପାଇଁ ସେ ନିଜର ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଯାଇଛନ୍ତି ।

ରାଜ୍ୟ ଭାଜପାର ସଭାପତି ଭାବେ ଦୃଢ ନେତୃତ୍ୱ ଦେଇ ଓଡିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ । ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କର ‘ଅତୁଳନୀୟ ସାଂଗଠନିକ ଦକ୍ଷତା ପାଇଁ ସର୍ବଦା ସ୍ମରଣୀୟ ରହିବେ’ ବୋଲି କହିଛନ୍ତି।

ସୋମବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ତଥା ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କର ପରଲୋକ ଘଟିଛି। ଦେବେନ୍ଦ୍ର ପ୍ରଧାନ ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ। ସେ ୧୯୮୮ରୁ ୧୯୯୩ ରାଜ୍ୟ ଭାଜପା ସଭାପତି ଥିଲେ। ୧୯୯୩ରୁ ୧୯୯୫ ରାଜ୍ୟ ଭାଜପାର ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏ ସେ ଭାଜପା ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଦେବେନ୍ଦ୍ର ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଦେବେନ୍ଦ୍ର ପ୍ରଧାନଙ୍କ ରାଜନୈତିକ ଜୀବନ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଓଡ଼ିଶାରେ ଦଳର ଅଗ୍ରଗତି ସହିତ ଗଭୀର ଭାବେ ଜଡ଼ିତ। ସେ ଓଡ଼ିଶାର ଜଣେ ପ୍ରଭାବଶାଳୀ ନେତା ଥିଲେ, ଯିଏ ରାଜ୍ୟରେ ଭାଜପାର ମୂଳଦୁଆ ସ୍ଥାପନ ଏବଂ ସଂଗଠନକୁ ମଜବୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri