ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୬(ବ୍ୟୁରୋ): ଯାଜପୁର ରୋଡ ଷ୍ଟେଶନଠାରେ ବୁଧବାର ଅପରାହ୍ନରେ ଏକ ମାଲବାହୀ ଟ୍ରେନ୍‌ରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଯାଜପୁର ରୋଡ ଷ୍ଟେଶନ ଟ୍ରେନ ଅଘଟଣ ଦୁଃଖଦାୟକ ବୋଲି କହିଛନ୍ତି। ଏପରିକି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।