Posted inଜାତୀୟ

ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ ଘୋଷଣା

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀର ଆଖପାଖରେ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଶୁକ୍ରବାର ଦିଲ୍ଲୀର ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। କେଜ୍‌ରିୱାଲ ତୁରନ୍ତ ପଦକ୍ଷେପ ନେବାକୁ କେନ୍ଦ୍ରକୁ କହିଛନ୍ତି। ସେ କହିଛନ୍ତି, ଏବେ ରାଜନୀତି କରିବାର ସମୟ ନୁହେଁ କିମ୍ବା ନଡ଼ା ଜାଳିବା ପାଇଁ କୃଷକ ଦାୟୀ ନୁହଁନ୍ତି। ଯଦି ପଞ୍ଜାବରେ ନଡା ଜଳୁଛି, ତେବେ ଆମେ ଏଥିପାଇଁ ଦାୟୀ, କାରଣ ଆମ ସରକାର ସେଠାରେ ଅଛି। ଏହି ପ୍ରସଙ୍ଗରେ ଚାଷୀଙ୍କ ସହ ମିଶି ଅନେକ ପଦକ୍ଷେପ ନିଆଯିବ ଏବଂ ଏହାର ଫଳାଫଳ ଆସନ୍ତା ବର୍ଷ ସୁଦ୍ଧା ଦେଖିବାକୁ ମିଳିବ।
ସେ ଆହୁରି ମଧ୍ୟ କହିଛନ୍ତି, ଦିଲ୍ଲୀରେ ପ୍ରଦୂଷଣ ବହୁତ ଅଧିକ ହୋଇଛି। ଲୋକଙ୍କୁ ନିଃଶ୍ୱାସ ନେବା କଷ୍ଟକର ହେଉଛି। ଏହା କେବଳ ଦିଲ୍ଲୀର ନୁହେଁ, ସମଗ୍ର ଉତ୍ତର ଭାରତର ସମସ୍ୟା। ଦିଲ୍ଲୀ ବ୍ୟତୀତ ହରିୟାଣା ଏବଂ ୟୁପିର ଅନେକ ସହରରେ ବାୟୁ ବହୁତ ଖରାପ ରହିଛି। ଏଥିପାଇଁ ଅନେକ ସ୍ଥାନୀୟ କାରଣ ରହିଛି ବୋଲି ସେ କହିଛନ୍ତି। କେନ୍ଦ୍ର ସରକାର ପଦକ୍ଷେପ ନେବା ଉଚିତ୍‌।
ସୂଚନାଯୋଗ୍ୟ, ଶୀତଋତୁ ଆରମ୍ଭରୁ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କଲାଣି। ଦୂଷିତ ବାୟୁ ଯୋଗୁ ରାଜଧାନୀରେ କାଶ, ଥଣ୍ଡା, ଆଜ୍‌ମା ଏବଂ ଶ୍ୱାସକ୍ରିୟାରେ ସମସ୍ୟା ବୃଦ୍ଧି ପାଇଛି। ଫଳରେ ଦିଲ୍ଲୀର ହସ୍ପିଟାଲଗୁଡ଼ିକରେ କିଛିଦିନ ହେଲା ରୋଗୀ ସଂଖ୍ୟା ଯଥେଷ୍ଟ ବଢ଼ିଥିବା ଦେଖାଯାଇଛି। ବାୟୁ ପ୍ରଦୂଷଣ ଅତ୍ୟନ୍ତ ଗମ୍ଭୀର ସ୍ଥିତିକୁ ଆସିଥିବାରୁ ଜନସାଧାରଣଙ୍କୁ ମାସ୍କ ପିନ୍ଧିବା ଲାଗି ଡାକ୍ତର ପରାମର୍ଶ ଦେଉଛନ୍ତି। ଗୁରୁବାର ପୂର୍ବାହ୍ନରେ ଦିଲ୍ଲୀର ମୋଟାମୋଟି ବାୟୁ ମାନ ସୂଚକାଙ୍କ (ଏକ୍ୟୁଆଇ) ୪୨୬ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri