ଆଥ୍‌ଲେଟଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୦(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସିଆନ ପାରା ଗେମ୍ସର ଆଥ୍‌ଲେଟ୍ସଙ୍କ ପାଇଁ ଶୁକ୍ରବାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ୭ ଜଣ ଓଡ଼ିଆ ପାରା ଆଥ୍‌ଲେଟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ଆସନ୍ତା ୨୨ରୁ ଚାଇନାର ହାଙ୍ଗଝୋରେ ଏସିଆନ ପାରା ଗେମ୍ସ ଆରମ୍ଭ ହେଉଛି। ସେଠାରେ ସଫଳତା ପାଇଁ ପାରା ଆଥ୍‌ଲେଟମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭକାମନା ଜଣାଇଛନ୍ତି । ଓଡ଼ିଶାରୁ ଯାଉଥିବା ପାରା ଆଥ୍‌ଲେଟ୍ସମାନେ ହେଲେ ପ୍ରମୋଦ ଭଗତ, ଜୟନ୍ତୀ ବେହେରା, ସୌନ୍ଦର୍ଯ୍ୟ କୁମାର ପ୍ରଧାନ, ରଖାଲ କୁମାର ସେଠୀ, ଭି. ରମେଶ ରାଓ, ପ୍ରଫୁଲ୍ଲ କୁମାର ଖଣ୍ଡାୟତରାୟ ଏବଂ ପୂଜାସ୍ବିନୀ ନାୟକ। ସେମାନେ ଏସିଆନ ପାରା ଗେମ୍ସକୁ ମନୋନୀତ ହେବା ପାଇଁ କଠିନ ପରିଶ୍ରମ କରିଛନ୍ତି। ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏସିଆନ ପାରା ଗେମ୍ସ-୨୦୨୨ ପାଇଁ ଯୋଗ୍ୟତା ଅର୍ଜନ ସକାଶେ ଅକ୍ଳାନ୍ତ ପରିଶ୍ରମ କରିଥିବା ଆମ ପାରା ଆଥ୍‌ଲେଟମାନଙ୍କ ପାଇଁ ଆମେ ଗର୍ବିତ। ଗେମ୍ସରେ ମଧ୍ୟ ଭଲ ପ୍ରଦର୍ଶନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri