ଗଞ୍ଜାମ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୮: ଗଞ୍ଜାମ ସମ୍ବରଝୋଳ ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା କରିଛନ୍ତି। ସେହିପରି ଗୁରୁତର ଆହତଙ୍କୁ ୧ ଲକ୍ଷ ଲେଖାଏ କ୍ଷତିପୂରଣ ଏବଂ ଆହତଙ୍କ ଚିକିତ୍ସା ସଂପୂର୍ଣ୍ଣ ମାଗଣା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଗୁରୁବାର ସକାଳୁ ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ କରିବାକୁ ଯାଇ ଯାତ୍ରୀବାହୀ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ହୋଇଛନ୍ତି।

‘ଖମ୍ବେଶ୍ୱରୀ’ ନାମକ ଯାତ୍ରୀବାହୀ ବସ୍‌ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଧରି ବ୍ରହ୍ମପୁର ଅଭିମୁଖେ ଆସୁଥିଲା। ସେହି ସମୟରେ ତେଲ ଟାଙ୍କରଟି ବ୍ରହ୍ମପୁରରୁ ଆସ୍କା ପଟକୁ ଆସୁଥିଲା। କଞ୍ଜୁରୁ ଛକଠାରେ ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ କରୁଥିବା ବେଳେ ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri