ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ବଜେଟରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି।

ରାଜ୍ୟର ୩ଟି ଜିଲା ଗଜପତି, ମାଲକାନଗିରି ଓ ରାୟଗଡ଼ାରେ ନୂତନ ଆୟୁର୍ବେଦିକ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ସେହିଭଳି ନୟାଗଡ଼ ଓ ନୂଆପଡ଼ା ଜିଲାରେ ୨ଟି ନୂଆ ହୋମିଓପାଥି ମେଡିକାଲ କଲେଜ ସ୍ଥାପନ ପାଇଁ ନିଷ୍ପତ୍ତି ନିଆଯାଇଛି। ଏହି ୫ଟି ନୂଆ ମେଡିକାଲ କଲେଜର ଭିତ୍ତିଭୂମି ଓ ପ୍ରତିଷ୍ଠା ପାଇଁ ପ୍ରାୟ ୧୪୦ କୋଟି ଟଙ୍କାର ବଜେଟ ପ୍ରସ୍ତାବ ରଖାଯାଇଛି।

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା

ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପାଇଁ ବଜେଟ୍‌ରେ ୨୩,୧୮୨ କୋଟି ଟଙ୍କା ବ୍ୟବବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ବ୍ୟୟ ପାଇଁ ୧୭ ହଜାର ୭୩୭ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷେ ସ୍ବାସ୍ଥ୍ୟ ପାଇଁ ବ୍ୟୟ ମୋଟ ବଜେଟର ୭.୫% ରହିଛି।

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ସରକାର ଜନସାଧାରଣଙ୍କ ହିତକୁ ଦୃଷ୍ଟିରେ ରଖି ବଜେଟ୍‌ରେ ଆୟୁଷ୍ମାନ ଭାରତ, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୪୨୭୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେହିପରି ବଜେଟରେ ଜାତୀୟ ସ୍ବାସ୍ଥ୍ୟ ମିଶନ NHM ପାଇଁ ୧୯୫୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଥିବା ବେଳେ ନିରାମୟ ପାଇଁ ୭୮୬ କୋଟି ଏବଂ ନିଦାନ ପାଇଁ ୩୭୧ କୋଟି ଟଙ୍କା ବ୍ୟବବରାଦ କରାଯାଇଛି।

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ଆମ୍ବୁଲାନ୍ସ ସେବା ପାଇଁ ୧୯୮ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି। ସ୍ବାସ୍ଥ୍ୟ ସହାୟ ଯୋଜନା ପାଇଁ ୧୮୩ କୋଟି ଟଙ୍କା ବ୍ୟବବରାଦ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିଶନ ପାଇଁ ୫୦୦୮ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?