Posted inରାଜ୍ୟ

କୃଷି ବିଦ୍ୟାନିଧି ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ଲକ୍ଷାଧିକ ଛାତ୍ରୀଛାତ୍ର

ସମ୍ବଲପୁର,୮।୯: ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୃଷି ପରିବାରକୁ ଆଉ ଏକ ଉପହାର ଦେଇଛନ୍ତି । ସିଏମ କିଷାନ ଯୋଜନାର ହିତାଧକାରୀଙ୍କ ପିଲା ମାନଙ୍କ ଲାଗି କୃଷି ବିଦ୍ୟାନିଧି ଯୋଜନା ଘୋଷଣା ଘୋଷଣା କରାଯାଇଛି । ବୈଷୟିକସ୍ତରୀୟ ଉଚ୍ଚ ଶିକ୍ଷା ପାଇଁ ଛାତ୍ରବୃତ୍ତି ଆକାରରେ ପାଇବେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ୍‌. କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟିରୁ ଊଦ୍ଧ୍ୱର୍ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

ପ୍ରତ୍ୟକ୍ଷ ସୁବିଧା ହସ୍ତାନ୍ତର ମାଧ୍ୟମରେ ଏହି ସହାୟତା ରାଶି ହିତାଧିକାରୀଙ୍କ ବ୍ୟାଙ୍କ୍‌ଖାତାରେ ଜମା କରାଯାଇଛି। ପବିତ୍ର ନୂଆଁଖାଇ ଠାରୁ ଏହି ଯୋଜନା ଆରମ୍ଭ ହୋଇଥିବା ବେଳେ ଖରିଫ ଓ ରବି ଫସଲ ପୂର୍ବରୁ ଯୋଗ୍ୟ ହିତାଧିକାରୀମାନେ ଡିବିଟି ମାଧ୍ୟମରେ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ଆର୍ଥିକ ସହାୟତା ପାଇପାରିବେ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ସି.ଏମ୍‌. କିଷାନ ପୋର୍ଟାଲ୍‌ ସହ କୃଷକ ଓଡ଼ିଶା ୟୁନିଫାଏଡ଼୍‌ ପୋର୍ଟାଲ୍‌ର ମଧ୍ୟ ଉନ୍ମୋଚନ କରିଛନ୍ତି। ଏହି ପୋର୍ଟାଲ ଅଧୀନରେ ସି.ଏମ୍‌. କିଷାନ୍‌ ସି.ଏମ୍‌. କିଷାନ୍‌ ଓ ପି.ଏମ୍‌. କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ । ଏହାଛଡ଼ା ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍‌ କରିବାପାଇଁ ପି.ଏମ୍‌. କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ଆଜିଠାରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri